ଆସନ୍ତାକାଲି ବଡ଼ କାଳବୈଶାଖୀ ! ୫୦ରୁ ୬୦କିମି ବେଗରେ ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା; ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି Kanak News

କନକ ବ୍ୟୁରୋ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଧୀରେ ଧୀରେ କମିବାରେ ଲାଗିଥିବା ବେଳେ କାଳବୈଶାଖୀ ତାଣ୍ଡବ ଆରମ୍ଭ ହୋଇଯାଇଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ୩୧ ତାରିଖ ଦିନ ବଡ଼ କାଳବୈଶାଖୀର ସମ୍ଭାବନା ରହିଛି। ୫୦ରୁ ୬୦କିମି ବେଗରେ ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ବି ଆଶଙ୍କା କରାଯାଉଛି। ତେଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉକ୍ତ ଦିନ ପାଇଁ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ମେ’ ୩୦, ଜୁନ୍‌ ୧ ଓ ୨ତାରିଖ, ୩ଦିନ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ରହିବ। ଏଥିପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

କେନ୍ଦ୍ରର ସୂଚନା ଅନୁଯାୟୀ, ଏବେ ରାଜ୍ୟର ତାପମାତ୍ରା ଧୀରେଧୀ‌‌ରେ କମିବ। ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କିନ୍ତୁ ତାପମାତ୍ରା ୪୦ଡିଗ୍ରି ଉପରେ ରହିବ। ଏହି ସମୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି। ଶନିବାର ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ ଓ କନ୍ଧମାଳ ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ୩୧ ତାରିଖ ଦିନ ପବନର ବେଗ ବଢ଼ିବ। ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଗଞ୍ଜାମ, ନୟାଗଡ଼, ଖୋର୍ଧା ଓ କନ୍ଧମାଳ ଆଜି ଜିଲ୍ଲାରେ ଜୋର୍‌ରେ ପବନ ବହିବା ସହ ବର୍ଷା ହେବ। ଏଥିସହ ଗଜପତି, ଗଞ୍ଜାମ, ଦେଓଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କା‌ନାଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ବି ସମ୍ଭାବନା ରହିଛି। କାଳବୈଶାଖୀଜନିତ କ୍ଷୟକ୍ଷତି ନେଇ ସତର୍କ ରହିବାକୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯିବା ସହ ଏ‌ସବୁ ଜିଲ୍ଲାରେ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି କରାଯାଇଛି। ଜୁନ୍‌୧ ଓ ୨ତାରିଖରେ ଯଥାକ୍ରମେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ଏବଂ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର ଓ ମୟୂରଭଞ୍ଜରେ ଘଣ୍ଟା ପ୍ରତି ୩୦ରୁ ୪୦କିମି ବେଗରେ ପବନ ବହିବା ସହ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବ। ଏହି ଦୁଇ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।



from Kanak News https://ift.tt/3cnbpDr https://ift.tt/2TSDmMP
ଆସନ୍ତାକାଲି ବଡ଼ କାଳବୈଶାଖୀ ! ୫୦ରୁ ୬୦କିମି ବେଗରେ ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା; ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି Kanak News ଆସନ୍ତାକାଲି ବଡ଼ କାଳବୈଶାଖୀ ! ୫୦ରୁ ୬୦କିମି ବେଗରେ ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା; ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି Kanak News Reviewed by SUBHENDU BARAL on May 29, 2020 Rating: 5

No comments:

Powered by Blogger.