ଭୁବନେଶ୍ୱର: ରାଜ୍ୟରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ନୂଆ ୫ ଆକ୍ରାନ୍ତ ଯାଜପୁରର ଓ ଏମାନେ କୋଲକାତାରୁ ଫେରିଥିବା ସୂଚନା ମିଳିଛି। ଫଳରେ ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ଛୁଇଁଛି।
୫ ଆକ୍ରାନ୍ତଙ୍କ ମଧ୍ୟରେ ୩ ଜଣ ପୁରୁଷ, ୨ ଜଣ ମହିଳା ଅଛନ୍ତି। ୩ ଜଣ ପୁରୁଷଙ୍କ ବୟସ ଯଥାକ୍ରମେ ୨୮, ୫୬ ଓ ୬୩ ବର୍ଷ। ୨ ଜଣ ମହିଳାଙ୍କ ବୟସ ୨୪ ଓ ୬୦ ବର୍ଷ। ମହିଳା ଦ୍ୱୟ ପଜିଟିଭ୍ଙ୍କ ସଂସ୍ପର୍ଶରେ ଆସିଥିଲେ। ଏମାନେ ସମସ୍ତେ କ୍ୱାରେଣ୍ଟିନ୍ରେ ଥିଲେ।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୫୫ଜଣ ସୁସ୍ଥ ହୋଇଥିବା ବେଳେ ୯୮ଜଣ ଚିକିତ୍ସାଧୀନ ଅଛନ୍ତି। ତେବେ ଜଣଙ୍କର ମୃତ୍ୟୁ ଘଟିଛି।
First Health Update, 2nd May
5 New Positives in Jajpur28 yr Male, 56 yr Male, 63 yr Male
24 yr Female & 60 yr Female
(Both contacts of positive case)(All Kolkata returnees. All asymptomatic. All in quarantine)
Contact tracing & followup action is being done.
Tota case: 154
— I & PR Department, Odisha (@IPR_Odisha) May 2, 2020
from OTV Khabar. https://ift.tt/2yWYnhL
No comments: