ବଲାଙ୍ଗିରରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ Rajalaxmi Sahoo

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ସୂଚନା ଦେଇଛନ୍ତି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଆଗଲପୁର ଓ ସଇଁତଳା ବ୍ଲକର ୨ ଜଣ ଲେଖାଏ, ଲୋଇସିଂହା, ବଙ୍ଗୋମୁଣ୍ଡା ଓ ମୁରିବାହାଲ ବ୍ଲକର ଜଣେ ଲେଖାଏ ଅଛନ୍ତି।

ଆକ୍ରାନ୍ତ ୭ ଜଣ ପୁରୁଷ ଓ ସମସ୍ତେ ବାହାର ରାଜ୍ୟରୁ ଫେରିଥିଲେ। ଏମାନେ ସମସ୍ତେ କ୍ୱାରେଣ୍ଟିନ୍‌ ସେଣ୍ଟରରେ ଥିଲେ।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ବଲାଙ୍ଗିର ଜିଲ୍ଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି।



from OTV Khabar. https://ift.tt/2WVi0jU
ବଲାଙ୍ଗିରରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ Rajalaxmi Sahoo ବଲାଙ୍ଗିରରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ Rajalaxmi Sahoo Reviewed by SUBHENDU BARAL on May 23, 2020 Rating: 5

No comments:

Powered by Blogger.