‘କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ହେବନି’ Rajalaxmi Sahoo

କଟକ: କରୋନାରେ ଆକ୍ରାନ୍ତ ବ୍ୟକ୍ତିଙ୍କ ପରିଚୟ ପ୍ରଘଟ ହେବନି। ଏନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇ ଯଦି କୌଣସି ବ୍ୟକ୍ତି ସରକାରୀ ହେଉ କି ବେସରକାରୀ ହସ୍ପିଟାଲରେ ଭର୍ତ୍ତି ହୋଇଥାନ୍ତି, କିମ୍ବା କୌଣସି କ୍ୱାରେଣ୍ଟିନ୍‌ ସେଣ୍ଚରେ ରହୁଥିଲେ ତାଙ୍କ ପରିଚୟ ପ୍ରଘଟ କରାଯାଇପାରିବ ନାହିଁ।

ଏପରିକି ସରକାରୀ ବିଭାଗରେ ତଥ୍ୟ ଆଦାନପ୍ରଦାନରେ ବି ଆକ୍ରାନ୍ତଙ୍କ ନାମ ଗୋପନ ରଖାଯିବ। ଏହାସହ ଗଣମାଧ୍ୟମ ଓ ସୋସିଆଲ୍‌ ମିଡିଆରେ ବି କରୋନା ସଂକ୍ରମିତଙ୍କ ପରିଚୟ ଦିଆଯାଇପାରିବ ନାହିଁ ବୋଲି ଏକ ଜନ ସ୍ୱାର୍ଥ ମାମଲାର ଶୁଣାଣି କରି କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଏସଂପର୍କିତ ମାମଲାର ପରବର୍ତ୍ତୀ ଶୁଣାଣି ଜୁନ୍‌ ୪ ତାରିଖରେ ହେବ।



from OTV Khabar. https://ift.tt/2TRv7k9
‘କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ହେବନି’ Rajalaxmi Sahoo ‘କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରଘଟ ହେବନି’ Rajalaxmi Sahoo Reviewed by SUBHENDU BARAL on May 29, 2020 Rating: 5

No comments:

Powered by Blogger.