ସର୍ଟ ସର୍କିଟ୍‌ରୁ ଘରେ ନିଆଁ ଲାଗି ୩ ମୃତ Rajalaxmi Sahoo

ବ୍ରହ୍ମପୁର: ସର୍ଟ ସର୍କିଟ୍‌ରୁ ଘରେ ନିଆଁ ଲାଗି ୩ଜଣଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ବ୍ରହ୍ମପୁର କୋ-ଅପରେଟିଭ୍ ସୋସାଇଟି ବ୍ୟାଙ୍କର ସଭାପତି ଅଲେଖ ଚୌଧୁରୀ ଓ ତାଙ୍କର ଜଣେ ସମ୍ପର୍କୀୟ ଅଛନ୍ତି। ଅଲେଖଙ୍କ ଘରେ କାମ କରୁଥିବା ଜଣେ ବ୍ୟକ୍ତିଙ୍କର ମଧ୍ୟ ମୃତ୍ୟୁ ଘଟିଛି।

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଗୋଷାଣୀ ନୂଆଗାଁ ପାଣିଗ୍ରାହୀ ପେଣ୍ଠସାହିରେ ଏହି ଅଗ୍ନିକାଣ୍ଡ ଘଟିଛି। କୌଣସି କାରଣରୁ ସର୍ଟ ସର୍କିଟ୍‌ରୁ ଘରେ ନିଆଁ ଲାଗି ଯିବା ଫଳରେ ଅଲେଖ, ତାଙ୍କର ଜଣେ ସମ୍ପର୍କୀୟ ଓ ତାଙ୍କ ଘରେ କାମ କରୁଥିବା ଜଣେ ବ୍ୟକ୍ତିଙ୍କୁ ଘର ଭିତରୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ସେମାନଙ୍କୁ MKCGରେ ଭର୍ତ୍ତି କରାଯାଇଥିଲେ। ହେଲେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ।

ଏମାନେ ୩ଜଣ ଗୋଟିଏ ଘରେ ଶୋଇଥିବାବେଳେ ଏହି ଅଭାବନୀୟ ଘଟଣା ଘଟିଥିଲା। ନିଆଁ ଲାଗି ଯିବା ଫଳରେ ସମସ୍ତେ ଶ୍ୱାସରୁଦ୍ଧ ହୋଇଯାଇଥିଲେ ବୋଲି ଜଣାପଡ଼ିଛି।



from OTV Khabar. https://ift.tt/2M7KGjx
ସର୍ଟ ସର୍କିଟ୍‌ରୁ ଘରେ ନିଆଁ ଲାଗି ୩ ମୃତ Rajalaxmi Sahoo ସର୍ଟ ସର୍କିଟ୍‌ରୁ ଘରେ ନିଆଁ ଲାଗି ୩ ମୃତ Rajalaxmi Sahoo Reviewed by SUBHENDU BARAL on May 28, 2020 Rating: 5

No comments:

Powered by Blogger.