ମେଷ – ସୁଖ, ସମ୍ମାନ ସବୁ କିଛି ମିଳିପାରେ । ନିଜ ବଂଶର ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ବୃଷ – ଅଧା ରହିଥିବା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିବାରେ ସିଦ୍ଧହସ୍ତ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ମିଥୁନ – କାର୍ଯ୍ୟରେ ଅଗ୍ରଗତି ଘଟିବ । ଈର୍ଷାରୁ ନିବୃତ୍ତହେଲେ ପ୍ରଶଂସାର ପାତ୍ର ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
କର୍କଟ – ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ । ବ୍ୟବସାୟ ଲାଭଜନକ ହେବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ସେବା ମନୋଭାବର ହୋଇପାରନ୍ତି । ବିବାହ ବିଳମ୍ବ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ସିଂହ – ଏକ ନୂତନ କାର୍ଯ୍ୟ ହାତକୁ ଆସିପାରେ । ଆମୋଦ ପ୍ରମୋଦରେ ସମୟ ବିତାଉ ଥିବା ବେଳେ ଶତ୍ରୁର ଉପସ୍ଥିତି ପାଇଁ ବ୍ୟସ୍ତ ହୋପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
କନ୍ୟା – ମିତ୍ର ଲାଭର ସୂଚନା ମିଳୁଛି । କର୍ମ ଚଞ୍ଚଳ ରହିବେ । ଆକସ୍ମିକ ଧନଲାଭ ହୋଇପାରେ । ବିଦ୍ୟା ଏପରିକି ଜ୍ୟୋତିଷ ବିଦ୍ୟାପ୍ରତି ଆଗ୍ରହୀ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ତୁଳା – ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ବ୍ୟକ୍ତିତ୍ୱର ବିକଶିତ ହେବ । କୃଷି କାର୍ଯ୍ୟ ଉପରେ ଗୁରୁତ୍ୱ ଦେବେ । ବୁଦ୍ଧିମାନ୍ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ବିଛା – କାର୍ଯ୍ୟକୁ ଆୟତ୍ତାଧୀନ କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଧନୁ – ପରିଶ୍ରମର ମୂଲ୍ୟ ମିଳିବ । ଭାଗ୍ୟଶାଳୀ ହୋଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ମିତ୍ର ସୁଖ ମିଳିବ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ମକର – ପରାମର୍ଶ ବିନା, ସ୍ୱାଧୀନଭାବେ କିଛି କରିବାକୁ ଇଚ୍ଛା କଲେ ତାହ କଷ୍ଟସାଧ୍ୟ ହେବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
କୁମ୍ଭ – ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡିବ । ଅଧିକ ବ୍ୟୟ ପାଇଁ ଇଚ୍ଛା କରିବେ । କର୍ମ ଚଞ୍ଚଳ ରହିବେ । ସ୍ନେହପୂର୍ଣ୍ଣ କଥାରେ ସହକର୍ମୀମାନଙ୍କୁ ଆପଣାର କରି କାର୍ଯ୍ୟ ହାସଲ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ମୀନ – କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିପାରନ୍ତି । କର୍ମ ଚଞ୍ଚଳ ରହିବେ । ଯଶସ୍ୱୀ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
from Prameya News7 https://ift.tt/3dSPPIq
No comments: