ଦୁଇ ଦିନ ରାଜ୍ୟରେ କାଳବୈଶାଖୀ ବର୍ଷା : ୯ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର ୬।୬: କେନ୍ଦ୍ରୀୟ ଆରବ ସାଗର, ଦକ୍ଷିଣ ପଶ୍ଚିମ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ସ୍ଥାନ ସମେତ କର୍ଣ୍ଣାଟକ, ତାମିଲନାଡୁ, ପଡୁଚୋରୀ ଓ କରାଇକଲରେ ମୌସୁମୀ ବାୟୁ ସକ୍ରିୟ ହେବା ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି ହୋଇଛି । ଫଳରେ ଦେଶର ଅଧିକାଂଶ ସ୍ଥାନରେ ବର୍ଷା କରାଇବ ।

ଆସନ୍ତା ୮ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ପୂର୍ବରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୦ ତାରିଖ ଆଡକୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସହ ଓଡିଶାକୁ ପ୍ରବେଶ କରିବ ମୌସୁମୀ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ । ଆଜି ଏବଂ ଆସନ୍ତାକାଲି ରାଜ୍ୟରେ କାଳବୈଶାଖୀ ବର୍ଷା ହେବ । ଆଜି ଗୋଟିଏ ଏବଂ ଦୁଇଟି ସ୍ଥାନରେ କାଳବୈଶାଖୀ ହେବା ସହ ଆସନ୍ତାକାଲି କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବରରେ ବିଜୁଳି ଘଡଘଡି ସହ ବର୍ଷା ହେବ । ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।



from Prameya News7 https://ift.tt/2A8ce5F
ଦୁଇ ଦିନ ରାଜ୍ୟରେ କାଳବୈଶାଖୀ ବର୍ଷା : ୯ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି ଦୁଇ ଦିନ ରାଜ୍ୟରେ କାଳବୈଶାଖୀ ବର୍ଷା : ୯ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି Reviewed by SUBHENDU BARAL on June 05, 2020 Rating: 5

No comments:

Powered by Blogger.