ଜୁନ୍ ୨୪ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ମନ ପ୍ରସନ୍ନ ରହିବ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃଭାବ ଅତୁଟ ରହିବ । ଆସ୍ତିକ ଓ ମେଳାପୀ ପ୍ରକୃତିର ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ବୃଷ – ବୃଦ୍ଧିବଳରେ ଉନ୍ନୟନ କାର୍ଯ୍ୟ ହାତକୁ ଆଣିପାରନ୍ତି । ପରିଶ୍ରମର ମୂଲ୍ୟ ମିଳିବ । ଭାଗ୍ୟଶାଳୀ ହୋଇପାରନ୍ତି । ବ୍ୟବସାୟରୁ ଅଧିକ ଧନଲାଭ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ମିଥୁନ – ତରବର ନ ହୋଇ ଅପେକ୍ଷାରତ ହେଲେ କାର୍ଯ୍ୟରେ ସଫଳ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।

କର୍କଟ – ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ଚଞ୍ଚଳମନା ହେବେ । ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି । ପରକୁ ଆପଣାର କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।

ସିଂହ – ସଫଳତା ଲାଭ କରିବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମ ଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ନୀରାମୟ ଜୀବନ ଯାପନ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

କନ୍ୟା – ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।

ତୁଳା – ସାଧନାରେ ସିଦ୍ଧିପ୍ରାପ୍ତ ହେବେ । ଭାଗ୍ୟଶାଳୀ ଏବଂ ଭୋଗ-ବିଳାସରେ ଅତିବାହିତ ହୋଇପାରେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ବିଛା – ମିଳିଥିବା ସୁଯୋଗକୁ ହାତଛଡା ନ କରିବା ଭଲ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ସ୍ୱାଭିମାନି ହେବେ । ଶାରିରୀକ ଦୁର୍ବଳତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

ଧନୁ – ବନ୍ଧୁ ସହୋଦରଙ୍କ ଠାରୁ ସହାୟତା ମିଳିବ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ମକର – ଆଶା କରୁଥିବା କାର୍ଯ୍ୟଟି ହାତକୁ ଆସିପାରେ । ବଦଖର୍ଚ୍ଚୀ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

କୁମ୍ଭ – ନିଜର ଦାୟିତ୍ୱ ପାଇଁ ବ୍ୟଗ୍ର ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୁଚନା ମିଳୁଛି । ବିଭିନ୍ନ ଦିଗରୁ ସହାୟତା ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ମୀନ – ଉଦାର ପ୍ରକୃତିର ହେବେ । ଦାନ-ଧର୍ମକୁ ଆଦରି ନେଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । କୃଷିକର୍ମକାରୀ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।



from Prameya News7 https://ift.tt/3hXpGKY
ଜୁନ୍ ୨୪ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ ଜୁନ୍ ୨୪ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ Reviewed by SUBHENDU BARAL on June 23, 2020 Rating: 5

No comments:

Powered by Blogger.