୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ଜାଣନ୍ତୁ କେଉଁ ଜିଲ୍ଲାରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ Kanak News

କନକ ବ୍ୟୁରୋ : ଆସନ୍ତା ୨ ଦିନ ଧରି ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଆସନ୍ତାକାଲି ୩ ଜିଲ୍ଲାରେ ଓ ୧୨ ତାରିଖ ଦିନ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପା‌ଣିପାଗ ବିଭାଗ ସୂଚନା ଦେଇଛି। ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶାରେ ମୌସୁମୀ ବାୟୁକୁ ସକ୍ରିୟ କରୁଛି। ଲଘୁଚାପଟି ଧୀରେଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ। ଏହା ଓଡ଼ିଶାରେ ‌ଦକ୍ଷିଣ-ପଶ୍ଚିମ ମୌସୁମୀ ଆଗମନ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବ। ଫଳରେ ଅଧା ଓଡ଼ିଶାରେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ମୌସୁମୀ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

କେନ୍ଦ୍ରର ସୂଚନା ଅନୁଯାୟୀ, ଗୁରୁବାର ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଣୁ ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୧୨ ତାରିଖ ଦିନ କଳାହାଣ୍ଡି, ନୂଆପଡ଼ା ସହ କନ୍ଧମାଳ, ବଲାଙ୍ଗୀର, ବରଗଡ଼, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।



from Kanak News https://ift.tt/3dN8p4y https://ift.tt/2XGot2h
୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ଜାଣନ୍ତୁ କେଉଁ ଜିଲ୍ଲାରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ Kanak News ୩ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ଜାଣନ୍ତୁ କେଉଁ ଜିଲ୍ଲାରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ Kanak News Reviewed by SUBHENDU BARAL on June 10, 2020 Rating: 5

No comments:

Powered by Blogger.