ଆସନ୍ତା ୫ଦିନ ଯାଏ ବର୍ଷା ! Rajalaxmi Sahoo

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାସହ ମୌସୁମୀ ସକ୍ରିୟ ହେବା ପରେ ଉତ୍ତର ପଞ୍ଜାବଠୁ ପଶ୍ଚିମ ବଙ୍ଗୋପସାଗର ଯାଏ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି।

ଏହାର ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।  କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇପାରେ।

ସୂଚନାଥାଉ କି, ଚଳିତ ଥର ଜୁନ୍ ୧ରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ୱାଭାବିକଠାରୁ ୩୯ ପ୍ରତିଶତ ଅଧିକ ବର୍ଷା ହୋଇଛି। ୨୦ଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି। ସେହିପରି ୬ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ଓ ୪ଟି ଜିଲ୍ଲାରେ ବର୍ଷାର ପରିମାଣ କମ୍ ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।

The post ଆସନ୍ତା ୫ଦିନ ଯାଏ ବର୍ଷା ! appeared first on OTV Khabar..



from OTV Khabar. https://ift.tt/31bTzkQ
ଆସନ୍ତା ୫ଦିନ ଯାଏ ବର୍ଷା ! Rajalaxmi Sahoo ଆସନ୍ତା ୫ଦିନ ଯାଏ ବର୍ଷା ! Rajalaxmi Sahoo Reviewed by SUBHENDU BARAL on June 23, 2020 Rating: 5

No comments:

Powered by Blogger.