ବଙ୍ଗୋପସାଗରରେ ଲଘୁଚାପ ! ଜୁନ୍‌ ୯ ଯାଏ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି Rajalaxmi Sahoo

ଭୁବନେଶ୍ୱର: ଆସନ୍ତା ୮ ତାରିଖ ଆଡ଼କୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ଝଡ଼ତୋଫାନ, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଜୁନ୍‌ ୯ ଯାଏ ଏଭଳି ସ୍ଥିତି ଲାଗି ରହିବ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଜୁନ୍‌ ୫ରୁ ଜୁନ୍‌ ୬ ତାରିଖ ସକାଳ ସାଢ଼େ ୮ଟା ଯାଏ ୬ଟି ଜିଲ୍ଲାରେ ଝଡ଼ତୋଫାନ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ, କୋରାପୁଟ ଓ ମାଲକାନଗିରି। 

ଜୁନ୍‌ ୬ରୁ ଜୁନ୍‌ ୭ ତାରିଖ ସକାଳ ସାଢ଼େ ୮ଟା ଯାଏ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ।  ଏହି ସବୁ ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। 

ଜୁନ୍‌ ୭ରୁ ଜୁନ୍‌ ୮ ସକାଳ ସାଢ଼େ ୮ଟା ଯାଏ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। 

ଜୁନ୍‌ ୮ରୁ ଜୁନ୍‌ ୯ ସକାଳ ସାଢ଼େ ୮ଟା ଯାଏ ରାଜ୍ୟର ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ।

ସେହିପରି କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର ଓ କନ୍ଧମାଳରେ ଝଡ଼ତୋଫାନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ମଧ୍ୟ ବହିପାରେ।



from OTV Khabar. https://ift.tt/309cpZ7
ବଙ୍ଗୋପସାଗରରେ ଲଘୁଚାପ ! ଜୁନ୍‌ ୯ ଯାଏ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି Rajalaxmi Sahoo ବଙ୍ଗୋପସାଗରରେ ଲଘୁଚାପ ! ଜୁନ୍‌ ୯ ଯାଏ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି Rajalaxmi Sahoo Reviewed by SUBHENDU BARAL on June 04, 2020 Rating: 5

No comments:

Powered by Blogger.