ଆଜିଠୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନ, ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ଭୁବନେଶ୍ବର ୨୯।୯: ଆଜିଠୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନ । ଆସିବ ୯ଟି ଅଧ୍ୟାଦେଶ ସମେତ ୧୬ଟି ବିଲ୍‌ । କରୋନା କଟକଣା ମଧ୍ୟରେ ଆଜିଠୁ ଆରମ୍ଭ ହେବାକୁ ଯାଉଥିବା ବିଧାନସଭା ମୌସୁମୀ ଅଧିବେଶନରେ ରାଜ୍ୟ ସରକାର ୯ଟି ଅଧ୍ୟାଦେଶ ସମେତ ମୋଟ୍ ୧୬ଟି ବିଲ୍‌ ଆଗତ କରିବେ ବୋଲି ଜଣାପଡିଛି ।

ବିଧାନସଭା ମୌସୁମୀ ଅଧିବେଶନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । କୋଭିଡ୍‌ ମହାମାରୀ ସମୟରେ ଏହି ଅଧିବେଶନ ବସୁଥିବାରୁ ସାମାଜିକ ଦୂରତା ଓ ସଂକ୍ରମଣ ରୋକିବାକୁ ସବୁ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି ଗୃହରେ ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ।

ଭିଡିଓ କନଫରେନ୍ସିଂ ଜରିଆରେ ନବୀନ ନିବାସରୁ ଯୋଡି ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲା ସ୍ତରରେ କିଛି ବିଧାୟକ ମଧ୍ୟ ଯୋଡି ହେବେ । ବିରୋଧୀ ଦଳ ଉପ ନେତା ବିଷ୍ଣୁ ସେଠୀଙ୍କ ସମେତ କିଛି ବିଧାୟକ ଜିଲ୍ଲା ସ୍ତରରେ ଭିଡିଓ କନଫରେନ୍ସିଂ ଜରିଆରେ ଯୋଡି ହେବେ । ସେହିଭଳି ସଚିବାଳୟ କନଫରେନ୍ସିଂ ହଲ୍‌ରୁ ମଧ୍ୟ ବିଧାୟକ ଉଷା ଦେବୀ, ବଦ୍ରି ପାତ୍ର, ସାବିତ୍ରୀ ଅଗ୍ରୱାଲ ଅଧିବେଶନ ସହ ଯୋଡି ହେବେ ।



from Prameya News7 https://ift.tt/2S9WvJ0
ଆଜିଠୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନ, ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ଆଜିଠୁ ଆରମ୍ଭ ହେଉଛି ବିଧାନସଭା ଅଧିବେଶନ, ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ବାଧ୍ୟତାମୂଳକ Reviewed by SUBHENDU BARAL on September 28, 2020 Rating: 5

No comments:

Powered by Blogger.