ଭୁବନେଶ୍ୱର ୧୪।୦୯: ବଙ୍ଗୋପସାଗରେ ଲଘୁଚାପ ସୃଷ୍ଟି । ଆନ୍ଧ୍ରପ୍ରଦେଶ ତଟବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ଉପକୂଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ଅଧିକ ରହିଛି।
ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ କୋରାପୁଟ, ମାଲକାନଗିରି, ଗଜପତି, ରାୟାଗଡା, ନବରଙ୍ଗପୁର ଏବଂ କନ୍ଧମାଳ, କାଳାହାଣ୍ଡି, ଗଞ୍ଜାମ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିସହ କୋରାପୁଟ, ମାଲକାନଗିରି, ରାୟଗଡା, କାଲାହାଣ୍ଡି, ଗଜପତି, ନବରଙ୍ଗପୁର ଜିଲ୍ଲାର ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ ବୋଲି ସତର୍କ କରାଇଛି ପାଣିପାଗ ବିଭାଗ।
from Prameya News7 https://ift.tt/3iwi0is

No comments: