ଉଦଳା ୧୩।୦୯: ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ । ଶରୀର ଅଶୁସ୍ଥ ହେବାରୁ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଡାକ୍ତରଙ୍କ ଅବହେଳାରୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି । ମୟୁରଭଞ୍ଜ ଜିଲ୍ଲା ଉଦଳା ଡାକ୍ତରଖାନାରେ ଦେଖିବାକୁ ମିଳିଛି ଘଟଣା ।
ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଗାଁର ବିଜୁଳିମଣି ଦାସ ଗତକାଲି ସନ୍ଧ୍ୟା ସମୟରେ ଅସୁସ୍ଥ ହୋଇପଡିଥିଲେ । ଯାହାପରେ ତାଙ୍କୁ ପରିବାର ଲୋକେ ପ୍ରଥମେ ଚିକିତ୍ସା ନିମନ୍ତେ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । କିନ୍ତୁ ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ଉଦଳା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ପରିବାର ଲୋକେ ବିଜୁଳିଙ୍କୁ ଚିକିତ୍ସା ନିମନ୍ତେ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ।
ମେଡିକାଲରେ ଆଡମିଶନର କିଛି ସମୟ ପରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । କାର୍ଯ୍ୟରେ ଥିବା ଡାକ୍ତର ବିଜୁଳିଙ୍କୁ ଚିକିତ୍ସା କରିବା ପରିବର୍ତ୍ତେ ଏକ ଇଞ୍ଜେକଲସନ୍ ଦେଇଥିଲେ । ଯାହାପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିଯାଇଥିଲା । ବିଜୁଳି ଅଧିକ ଗୁରୁତର ହେବାରୁ ଡାକ୍ତର ସେଠାରୁ କେଉଁଆଡେ ଚାଲିଯାଇଥିଲେ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି । ଯାହାକୁ ନେଇ ବିଳମ୍ବିତ ରାତିରେ ମେଡିକାଲର ପରିସରରେ ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା । ଦୀର୍ଘ ସମୟ ଧରି ଉତ୍ତେଜନା ଲାଗି ରହିଥିବା ଦେଖି ଘଟଣାସ୍ଥଳରେ ଉଦଳା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ । କିନ୍ତୁ କୌଣସି ସୁଫଳ ମିଳିନଥିଲା ।
from Prameya News7 https://ift.tt/33nlGgi

No comments: