ଆଜିଠୁ ୩ ଦିନ ଯାଏଁ ବର୍ଷିବ, ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର ୩୦।୯: ଆଜିଠାରୁ ଅକ୍ଟୋବର ୨ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘୂର୍ଣ୍ଣିଝଡର ସମ୍ଭାବନା ରହିଛି । ଏଥିପାଇଁ ୩ ଦି ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଏହାସହ ବିପଦ ଥିବା ଜିଲ୍ଲାଗୁଡିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆଜିଠାରୁ ୨ ତାରିଖ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକ ସହ ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଅନୁଗୋଳ, ବୌଦ୍ଧ ଓ ଢେଙ୍କାନାଳ ଜିଲ୍ଲାରେ ଘୂର୍ଣ୍ଣିଝଡ ସହ ବଜ୍ରପାତର ସମ୍ଭାବନା ରହିଛି ।

ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏପଟେ ରାଜଧାନୀରେ ଅଧରାତିରୁ ବର୍ଷା ଲାଗି ରହିଛି ।



from Prameya News7 https://ift.tt/2S7VQHQ
ଆଜିଠୁ ୩ ଦିନ ଯାଏଁ ବର୍ଷିବ, ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ଆଜିଠୁ ୩ ଦିନ ଯାଏଁ ବର୍ଷିବ, ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା Reviewed by SUBHENDU BARAL on September 29, 2020 Rating: 5

No comments:

Powered by Blogger.