ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?

ନୀଳଗିରି ୨୩।୯: ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ । ନୀଳଗିରି ଅଞ୍ଚଳରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଦୃଶ୍ୟ । ଖବର ପାଇ ଘଟମାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ ବାଲେଶ୍ବର ଜିଲ୍ଲା ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅନ୍ଧାରି ବିଲ ନିକଟରେ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ । ମୃତକ ହେଲେ ଦାଶରଥୀପୁର ଗ୍ରାମର ପାଗୁଲୁ ଶତପଥୀ । ଝୁଲନ୍ତା ମୃତଦେହ ଦେଖି ସ୍ଥାନୀୟଲୋକ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ତାଙ୍କୁ କେହି ହତ୍ୟା କରିଛି କି ସେ ଆତ୍ମହତ୍ୟା କରିଛନ୍ତି ତାର କାରଣ ସ୍ପଷ୍ଟ ଜମାପଡିନାହିଁ ।



from Prameya News7 https://ift.tt/33QSCxV
ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ? ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ? Reviewed by SUBHENDU BARAL on September 22, 2020 Rating: 5

No comments:

Powered by Blogger.