ହାଇକୋର୍ଟରେ ମାଇକ୍ରୋ ଲେଭଲ ଇ-ଲୋକ ଅଦାଲତ : ୧୦୭ ମାମଲା ଫଇସଲା, ୬ କୋଟି ୯୧ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ନିର୍ଦ୍ଦେଶ Kanak News

କନକ ବ୍ୟୁରୋ : ହାଇକୋର୍ଟରେ ଆଜି ମାଇକ୍ରୋ ଲେଭଲ ଇ-ଲୋକ ଅଦାଲତ ଅନୁଷ୍ଠିତ ହୋଇଛି। ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣର ମୁଖ୍ୟ ପୃଷ୍ଠପୋଷକ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍, ‌ପ୍ରାଧିକରଣର କାର୍ଯ୍ୟ ନିର୍ବାହୀ ଅଧୢକ୍ଷା ଜଷ୍ଟିସ ସଞ୍ଜୁ ପଣ୍ତା ଓ ହାଇକୋର୍ଟ ଆଇନସେବା କମିଟି ଅଧ୍ୟକ୍ଷ ଜଷ୍ଟିସ ସି.ଆର୍.ଦାଶଙ୍କ ମାର୍ଗଦର୍ଶନରେ ଏବଂ ହାଇକୋର୍ଟ ଆଇନସେବା କମିଟି ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଇ-ଲୋକ ଅଦାଲତରେ ୧୦୭ଟି ମାମଲାର ଆପୋସ ବୁଝାମଣାରେ ଫଇସଲା କରାଯାଇଛି। ୩୭୬ଟି ମାମଲା ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇଥିଲା।

ଜଷ୍ଟିସ ବିଶ୍ବନାଥ ରଥ, ଜଷ୍ଟିସ୍ ସଙ୍ଗମ କୁମାର ସାହୁ, ଜଷ୍ଟିସ୍ ସଂଜୀବ କୁମାର ପାଣିଗ୍ରାହୀ ଓ ଜଷ୍ଟିସ୍ ସାବିତ୍ରୀ ରଥ ଅନୁଷ୍ଠିତ ଲୋକ ଅଦାଲତରେ ମାମଲା ଗୁଡିକର ଫଇସଲା କରିଥିଲେ। ମୋଟର ଦୁର୍ଘଟଣା ବୀମା କ୍ଷତିପୂରଣ ସଂପର୍କିତ ମାମଲାର ଶୁଣାଣି କରାଯାଇ କ୍ଷତିପୂରଣ ବାବଦରେ ୬ କୋଟି ୯୧ ଲକ୍ଷ ୫୬ ହଜାର ୬୫୬ ଟଙ୍କା ପ୍ରଦାନ ପାଇଁ ଆଜି ଅନୁଷ୍ଠିତ ମାଇକ୍ରୋ ଲେଭଲ ଇ-ଲୋକ ଅଦାଲତରେ ନିର୍ଦ୍ଦେଶ ଦିଆଯାଇଛି ବୋଲି ସୂଚନା ମିଳିଛି।



from Kanak News https://ift.tt/32oQcH7 https://ift.tt/3bPY8EE
ହାଇକୋର୍ଟରେ ମାଇକ୍ରୋ ଲେଭଲ ଇ-ଲୋକ ଅଦାଲତ : ୧୦୭ ମାମଲା ଫଇସଲା, ୬ କୋଟି ୯୧ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ନିର୍ଦ୍ଦେଶ Kanak News ହାଇକୋର୍ଟରେ ମାଇକ୍ରୋ ଲେଭଲ ଇ-ଲୋକ ଅଦାଲତ : ୧୦୭ ମାମଲା ଫଇସଲା, ୬ କୋଟି ୯୧ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ନିର୍ଦ୍ଦେଶ Kanak News Reviewed by SUBHENDU BARAL on September 12, 2020 Rating: 5

No comments:

Powered by Blogger.