୧୫ରୁ ୩ ଦିନ ଯାଏ ଶୁଖିଲା ଓ ଖରାଟିଆ ପାଗ: ଆଜି ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ Kanak News

କନକ ବ୍ୟୁରୋ: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଗତକାଲି ସକାଳେ ଏକ ଲଘୁଚାପ କ୍ଷେତ୍ର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଛି। ଲଘୁଚାପଟି ଅଧିକ ଘନୀଭୂତ ହେବାର ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପଟେ ଉତ୍ତର ଓଡ଼ିଶାର ମୁଖ୍ୟତଃ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ଅନ୍ୟପକ୍ଷରେ କେନ୍ଦ୍ରର ବୈଜ୍ଞାନିକଙ୍କ କହିବାନୁସାରେ, ଆଜିଠାରୁ ଲଘୁଚାପ ପ୍ରଭାବରେ ମାଲକାନଗିରି, ଗଜପତି, କୋରାପୁଟ ଓ ରାୟଗଡ଼ାର ଅଳ୍ପ କିଛି ସ୍ଥାନରେ ପ୍ରବଳ ବର୍ଷିବାର ସମ୍ଭାବନା ରହିଛି। ଏହି ୪ ଜିଲ୍ଲାରେ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୫ ତାରିଖଠାରୁ ବର୍ଷାର ପରିମାଣ ଧୀରେଧୀରେ କମିବ ଓ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନଥିବାରୁ କୌଣସି ୱାର୍ଣ୍ଣିଂ ଜାରି ହୋଇନାହିଁ। ୧୫ ତାରିଖଠାରୁ ଆସନ୍ତା ୩ ଦିନ ପର୍ୟ୍ୟନ୍ତ ପାଗ ଶୁଖିଲା ଓ ଖରାଟିଆ ରହିବ। ରାଜ୍ୟରେ ମୌସୁମୀର ଦୁର୍ବଳ ସ୍ଥିତି ଯୋଗୁଁ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ ବୋଲି ସେ କହିଛନ୍ତି।



from Kanak News https://ift.tt/3iz41Zy https://ift.tt/3gI53l5
୧୫ରୁ ୩ ଦିନ ଯାଏ ଶୁଖିଲା ଓ ଖରାଟିଆ ପାଗ: ଆଜି ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ Kanak News ୧୫ରୁ ୩ ଦିନ ଯାଏ ଶୁଖିଲା ଓ ଖରାଟିଆ ପାଗ: ଆଜି ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ Kanak News Reviewed by SUBHENDU BARAL on September 13, 2020 Rating: 5

No comments:

Powered by Blogger.