ସେପ୍ଟେମ୍ବର ୧୩ରେ ଆସିପାରେ ଆଉ ଏକ ଲଘୁଚାପ : ପୂର୍ବାନୁମାନ କଲା ପାଣିପାଗ ବିଭାଗ, ପଶ୍ଚିମ ବଙ୍ଗୋପସାଗରେ ଦାନା ବାନ୍ଧୁଛି ଲଘୁଚାପ; ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା Kanak News

କନକ ବ୍ୟୁରୋ : ଆସନ୍ତା ୧୩ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପଶ୍ଚିମବଙ୍ଗୋପ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ଆଂଚଳିକ ପାଣି ପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହାର ପ୍ରଭାବରେ ୭ଟି ଜିଲ୍ଲାର କିଛି ଅଂଚଳରେ ପ୍ରବଳ ବର୍ଷା ହୋଇପାରେ । ସେହି ୭ଟି ଜିଲ୍ଲା ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କନ୍ଧମାଳ ଓ ଗଂଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍‌ କମିସନର(ଏସ୍‌ଆରସି)ଙ୍କ ପକ୍ଷରୁ ଆଜି ଜିଲ୍ଲାପାଳମାନଙ୍କୁ ସତର୍କ କରାଇ ପରାମର୍ଶ ଦିଆଯାଇଛି। ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ସହ କୌଣସି ପ୍ରକାର ପରିସ୍ଥିତିର ମୁକାବିଲା ଲାଗି ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ କୁହାଯାଇଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୦ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଉପକୂଳ ଓଡ଼ିଶାର ଅନ୍ୟ ଜିଲ୍ଲା ସମେତ ପଶ୍ଚିମ ଓଡ଼ିଶାରେ ଘଡ଼ଘଡ଼ି ସହ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରାଯାଇଛି।

ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶକ ଏଚ୍‌ ଆର ବିଶ୍ବାସ କହିଛନ୍ତି ଯେ ଓଡ଼ିଶାରେ ମୌସୁମୀ ଏବେ ଦୁର୍ବଳ ରହିଛି। ‌ତେବେ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଦୁଇ ଦିନ ପର୍ଯ୍ୟନ୍ତ ଓଡ଼ିଶାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ସମସ୍ତ ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଏହା ତୁଳନାରେ ଦକ୍ଷିଣ ଓଡ଼ିଶାରେ ସାମାନ୍ୟ କମ୍‌ ରହିବ ଏବଂ ଅଳ୍ପ କିଛି ସ୍ଥାନର ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଉପକୂଳ ଓଡ଼ିଶାରେ ବି ସମାନ ସ୍ଥିତି ଲାଗିରହିବ। ୧୨ ଓ ୧୩ ତାରିଖ ବେଳକୁ ଦକ୍ଷିଣ ଓଡ଼ିଶାରେ ମୌସୁମୀ ଅଧିକ ସକ୍ରିୟ ରହିବ। ଫଳରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁରର ଅଧିକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। କଟକ ଓ ଭୁବନେଶ୍ବର ସହରରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସନ୍ଧ୍ୟାରେ ଘଡ଼ଘଡ଼ି ଓ ବଜ୍ରପାତ ହେବାର ଆଶଙ୍କା ରହିଛି।



from Kanak News https://ift.tt/33dKh79 https://ift.tt/35lYYYl
ସେପ୍ଟେମ୍ବର ୧୩ରେ ଆସିପାରେ ଆଉ ଏକ ଲଘୁଚାପ : ପୂର୍ବାନୁମାନ କଲା ପାଣିପାଗ ବିଭାଗ, ପଶ୍ଚିମ ବଙ୍ଗୋପସାଗରେ ଦାନା ବାନ୍ଧୁଛି ଲଘୁଚାପ; ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା Kanak News ସେପ୍ଟେମ୍ବର ୧୩ରେ ଆସିପାରେ ଆଉ ଏକ ଲଘୁଚାପ : ପୂର୍ବାନୁମାନ କଲା ପାଣିପାଗ ବିଭାଗ, ପଶ୍ଚିମ ବଙ୍ଗୋପସାଗରେ ଦାନା ବାନ୍ଧୁଛି ଲଘୁଚାପ; ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା Kanak News Reviewed by SUBHENDU BARAL on September 09, 2020 Rating: 5

No comments:

Powered by Blogger.