
କନକ ବ୍ୟୁରୋ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ବସିବ। ପୂର୍ବାହ୍ନ ୧୧ଟା ୩୦ରେ ଅନୁଷ୍ଠିତ ହେବାକୁ ଥିବା କ୍ୟାବିନେଟ୍ ବୈଠକରେ ୩ଟିରୁ ଅଧିକ ପ୍ରସ୍ତାବ ଆସିପାରେ। ବିଶ୍ୱସ୍ତ ସୁତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଜିଏସ୍ଟି ଆଇନ ସଂଶୋଧନ ସମ୍ପର୍କିତ ଅଧ୍ୟାଦେଶ ବିଲ୍କୁ କ୍ୟାବିନେଟ୍ ଅନୁମୋଦନ ପାଇଁ ଅର୍ଥ ବିଭାଗର ପ୍ରସ୍ତାବ ରହିଛି।
ଏହାସହିତ ଉଚ୍ଚଶିକ୍ଷା ବିଭାଗର ଗୋଟିଏ ପ୍ରସ୍ତାବ ରହିଛି। ସେହିପରି ସର୍ବସାଧାରଣଙ୍କ ସ୍ୱାର୍ଥ ଦୃଷ୍ଟିରୁ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ପ୍ରକଳ୍ପ ନିର୍ମାଣ ପାଇଁ ଆହ୍ୱାନ ହୋଇଥିବା ଟେଣ୍ଡରକୁ ମଞ୍ଜୁରି ମିଳିବ ବୋଲି ଜଣାପଡ଼ିଛି।
from Kanak News https://ift.tt/3hpPIoE https://ift.tt/3bYTN1N
ଆଜି କ୍ୟାବିନେଟ୍ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ Kanak News
Reviewed by SUBHENDU BARAL
on
September 14, 2020
Rating:
No comments: