ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ Rajalaxmi Sahoo

ଝାରସୁଗୁଡ଼ା: ଆଜିଠୁ ୧୫ ଦିନ ଯାଏ ଝାରସୁଗୁଡ଼ା ଜିଲ୍ଲାରେ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ ରହିବ। ଜିଲ୍ଲାରେ କରୋନା ସଂକ୍ରମଣ ରୋକିବା ଲାଗି ଜିଲ୍ଲାପାଳ ଏହି ନିର୍ଦ୍ଦେଶ ଦେଇଛନ୍ତି।

ଏହି ନିଷ୍ପତ୍ତି ଦ୍ୱାରା କ୍ଷତିଗ୍ରସ୍ତ ହେବାକୁ ଥିବା ବେପାରୀଙ୍କୁ ୨,୫୦୦ ଟଙ୍କା ଦେବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ତେବେ ଯିଏ ଏହି ନିର୍ଦ୍ଦେଶ ପାଳନର ଖିଲାପ କରିବେ ତାଙ୍କ ବିରୋଧରେ ଜରିମାନା ସହ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ଟ୍ୱିଟ୍‌ କରି ଜଣାଇଛନ୍ତି।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ଗତକାଲି ସୁଦ୍ଧା ଝାରସୁଗୁଡ଼ା ଜିଲ୍ଲାରେ  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୯୧୦ରେ ପହଞ୍ଚିଛି। ସେଥିମଧ୍ୟରୁ ୨,୯୨୭ ଜଣ ସୁସ୍ଥ ହୋଇଥିବାବେଳେ ୯୮୨ଜଣ ଚିକିତ୍ସାଧୀନ ଅଛନ୍ତି। ଜଣଙ୍କର ମୃତ୍ୟୁ ଘଟିଛି।

The post ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ appeared first on OTV Khabar..



from OTV Khabar. https://ift.tt/3hVaCME
ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ Rajalaxmi Sahoo ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ Rajalaxmi Sahoo Reviewed by SUBHENDU BARAL on September 24, 2020 Rating: 5

No comments:

Powered by Blogger.