ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ରାଜ୍ୟର ଅନ୍ୟ କେତେକ ଅଞ୍ଚଳରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି।
ଆଜି ପାଇଁ ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକ ହେଲା- ଜଗତସିଂପୁର, କଟକ, ପୁରୀ, କେନ୍ଦ୍ରାପଡ଼ା ଓ ଢେଙ୍କାନାଳ। ଏହି ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି।
ଟ୍ୱିନ୍ ସିଟିରେ ଆଜି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଦିନ ୧୦ଟା ଯାଏ କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇପାରେ। ଘଣ୍ଟାକୁ ୨ରୁ ୩ ସେ.ମି. ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଯଥାସମ୍ଭବ ଘରୁ ନ ବାହାରିବାକୁ ଲୋକଙ୍କୁ ପରାମର୍ଶ ଦିଆଯିବା ସହ ସତର୍କ ସୂଚନା ଜାରି କରାଯାଇଛି।
ଆଉ କିଛି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- ଖୋର୍ଦ୍ଧା, ଗଞ୍ଜାମ, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ ଓ ବୌଦ୍ଧ। ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆଜିଠୁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଏଭଳି ପାଣିପାଗ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
The post କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି appeared first on OTV Khabar..
from OTV Khabar. https://ift.tt/34dj98H
No comments: