ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୩ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ୧୨ତାରିଖରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଧ୍ୟମରୁ ବଡ଼ ଧରଣର ବର୍ଷା ହୋଇପାରେ। ଆଜି ରାଜ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ନୂଆପଡା ଓ ଅନୁଗୁଳ ଆଦି ଜିଲ୍ଲାରେ କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା ଜିଲ୍ଲାରେ ପ୍ରବଳ ବର୍ଷା ହେବାନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
The post ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ; ୧୨ରୁ ବର୍ଷିବ ! appeared first on OTV Khabar..
from OTV Khabar. https://ift.tt/3igWKgI
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ; ୧୨ରୁ ବର୍ଷିବ ! Rajalaxmi Sahoo
Reviewed by SUBHENDU BARAL
on
September 09, 2020
Rating:
No comments: