Weather Update In Odisha: ଲଘୁଚାପ ପ୍ରଭାବରେ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା Rajalaxmi Sahoo

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଜି ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।

ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଗଜପତି, ରାୟଗଡ଼ା, କଳାହାଣ୍ଡି ଏବଂ ନୂଆପଡ଼ାରେ ବି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଜି ଓ ଆସନ୍ତାକାଲି ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ଜିଲ୍ଲାପାଳମାନେ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବା ସହ ଜିଲ୍ଲା ପ୍ରଶାସନକୁ କୌଣସି ପ୍ରକାର ପରିସ୍ଥିତିର ମୁକାବିଲା କରିବାକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

The post Weather Update In Odisha: ଲଘୁଚାପ ପ୍ରଭାବରେ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା appeared first on OTV Khabar..



from OTV Khabar. https://ift.tt/2FBaqo7
Weather Update In Odisha: ଲଘୁଚାପ ପ୍ରଭାବରେ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା Rajalaxmi Sahoo Weather Update In Odisha: ଲଘୁଚାପ ପ୍ରଭାବରେ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା Rajalaxmi Sahoo Reviewed by SUBHENDU BARAL on September 12, 2020 Rating: 5

No comments:

Powered by Blogger.