Weather Update In Odisha: ୨୪ ଘଣ୍ଟାରେ ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! Rajalaxmi Sahoo

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି ଓ ରାୟଗଡ଼ାରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ବି ହୋଇପାରେ।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

The post Weather Update In Odisha: ୨୪ ଘଣ୍ଟାରେ ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! appeared first on OTV Khabar..



from OTV Khabar. https://ift.tt/3mcveTQ
Weather Update In Odisha: ୨୪ ଘଣ୍ଟାରେ ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! Rajalaxmi Sahoo Weather Update In Odisha: ୨୪ ଘଣ୍ଟାରେ ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! Rajalaxmi Sahoo Reviewed by SUBHENDU BARAL on September 13, 2020 Rating: 5

No comments:

Powered by Blogger.