୫.୧ ତୀବ୍ରତାର ଭୂକମ୍ପ ଝଟ୍‌କା ଅନୁଭୂତ

ନୂଆଦିଲ୍ଲୀ ୦୬।୧୦: ଭୂକମ୍ପରେ ଥରିଲା ପୂର୍ବ ଲେହ ଅଞ୍ଚଳ । ମଙ୍ଗଳବାର ଦିନ ସକାଳ ୫.୧୩ ସମୟରେ ଲେହରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂକମ୍ପରେ ତୀବ୍ରତା ୫.୧ ଥିବା ଜଣାପିଡିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ ।

ଖବର ଅନୁଯାୟୀ, ମଙ୍ଗଳବାର ଦିନ ସକାଳ ପ୍ରାୟ ୫.୧୩ ମିନିଟରେ ଲେହରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି । ଭୂକମ୍ପର କେନ୍ଦ୍ରସ୍ଥଳୀ ଲେହ ଠାରୁ ୧୭୪ କିମି ଦୂରରେ ଥିବା ଜଣାପଡିଛି । ଭୂକମ୍ପର ଝଟ୍‌କା ଅନୁଭୂତ ହେବା ମାତ୍ରେ ସ୍ଥାନୀୟ ଲୋକେ ଘର ବାହାରକୁ ବାହାରିଆସିଥିବା ବେଳେ କିଛି ଲୋକ ଘରେ ରହିଯାଇଥିଲେ । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ । ଏହାପୂର୍ବରୁ ମଧ୍ୟ ଲେହରେ ଅନେକ ଥର ଭୂକମ୍ପ ଝଟ୍‌କା ଅନୂଭୂତ ହୋଇସାରିଛି ।



from Prameya News7 https://ift.tt/2I1456Q
୫.୧ ତୀବ୍ରତାର ଭୂକମ୍ପ ଝଟ୍‌କା ଅନୁଭୂତ ୫.୧ ତୀବ୍ରତାର ଭୂକମ୍ପ ଝଟ୍‌କା ଅନୁଭୂତ Reviewed by SUBHENDU BARAL on October 05, 2020 Rating: 5

No comments:

Powered by Blogger.