ଭୁବନେଶ୍ୱର ୦୩।୧୦: ଆଜି ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା । ଲଘୁଚାପ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଆଉ ୪ ଦିନ ଏମିତି ପାଗ ଲାଗି ରହିବ। ତେବେ ଠାରୁ ବର୍ଷାର ପରିମାଣ ବଢ଼ିବ ଓ ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଜିଲ୍ଲାଗୁଡ଼ିକ ହେଲା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ତେବେ ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ନ ଯିବାକୁ କେନ୍ଦ୍ର ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି । ଲଘୁଚାପ ବର୍ତ୍ତମାନ ଉତ୍ତର-ପଶ୍ଚିମ ତଥା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ଏବଂ ଓଡ଼ିଶା ତଥା ଉତ୍ତର ଆନ୍ଧ୍ର ଉପକୂଳ ଅଞ୍ଚଳରେ ଏହା ସକ୍ରିୟ ରହିଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୫.୮କିମି ଯାଏ ବ୍ୟାପିଛି। ଏହାସହ ଆଉ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ ଛତିଶଗଡ଼ ତଥା ଏହାର ସଂଲଗ୍ନ ଅଞ୍ଚଳରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କିମି ଯାଏ ବ୍ୟାପିଛି।
ଲଘୁଚାପ ସହ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ୧୨ଜିଲ୍ଲା ଯଥା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୪, ୫ ଓ ୬ ତାରିଖରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ତିନି ଦିନ ପାଇଁ କିଛି କିଛି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
from Prameya News7 https://ift.tt/34rg8C6

No comments: