ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ : ଆଜି ଅବପାତର ରୂପ ନେବା ସମ୍ଭାବନା, ୧୧ ରୁ ୧୩ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା !

ଭୁବନେଶ୍ୱର ୧୦।୧୦: ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଂଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଆଜି ଏହା କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଘନୀଭୂତ ହୋଇ ଅବପାତର ରୂପନେବ । ପ୍ରଭାବରେ ୧୧ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।

 ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୧୧ ତାରିଖ ଅପରାହ୍ନ କିମ୍ବା ସନ୍ଧ୍ୟା ମଧ୍ୟରେ ଉତ୍ତର-ଆନ୍ଧ୍ର ଏବଂ ଦକ୍ଷିଣ  ଓଡିଶା ମଧ୍ୟ ଦେଇ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ପ୍ରଭାବରେ ୧୧ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୧ ତାରିଖରେ ୪ ଜିଲ୍ଲା ଗଜପତି, ରାୟଗଡା, ଗଞ୍ଜାମ, ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଲା ଖୋର୍ଦ୍ଧା, କୋରାପୁଟ, କନ୍ଧମାଳ, ମାଲକାନଗିରି, ଜଗତସିଂହପୁର ଏବଂ ନୟାଗଡ । ସମୁଦ୍ର ଆଶାନ୍ତ ରହିବା ସହିତ ପବନର ବେଗ ୪୫ ରୁ ୫୫ କିଲୋମିଟର ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।



from Prameya News7 https://ift.tt/3nBXxvO
ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ : ଆଜି ଅବପାତର ରୂପ ନେବା ସମ୍ଭାବନା, ୧୧ ରୁ ୧୩ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ! ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ : ଆଜି ଅବପାତର ରୂପ ନେବା ସମ୍ଭାବନା, ୧୧ ରୁ ୧୩ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ! Reviewed by SUBHENDU BARAL on October 09, 2020 Rating: 5

No comments:

Powered by Blogger.