ଅବପାତର ରୂପ ନେଲା ଲଘୁଚାପ : ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା, କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର ୧୨।୧୦: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଏବେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ । ଏହାପରେ ଏହାର ଗତି ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ରହିବ । ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ବିଶାଖାପାଟଣା ଦେଇ ଅବପାତ ରୂପରେ ଏହା ଅତିକ୍ରମ କରିବ ।

ଏହାର ପ୍ରଭାବରେ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଆଗକୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ମାଲକାନଗିରି, ରାୟଗଡ଼ା, କୋରାପୁଟ, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏଥିସହ ନବରଙ୍ଗପୁର, କନ୍ଧମାଳ, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ କଟକରେ ପ୍ରବଳ ବର୍ଷାର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୩ ତାରିଖ ଦିନ ମଧ୍ୟ ରାଜ୍ୟରେ ଏହାର ପ୍ରଭାବ ରହିବ। ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ବି ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହିବା ସହ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।.



from Prameya News7 https://ift.tt/2GS1dbQ
ଅବପାତର ରୂପ ନେଲା ଲଘୁଚାପ : ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା, କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଅବପାତର ରୂପ ନେଲା ଲଘୁଚାପ : ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା, କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ Reviewed by SUBHENDU BARAL on October 11, 2020 Rating: 5

No comments:

Powered by Blogger.