ବିଧାନସଭା ପରିସରରେ ପ୍ରଦୀପ ମହାରଥୀଙ୍କ ମରଶରୀର । ବିଧାନସଭାରୁ ପାର୍ଟି ଅଫିସକୁ ଅଣାଯିବ ପାର୍ଥିବ ଶରୀର । ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ Kanak News

କନକ ବ୍ୟୁରୋ: ପରଲୋକଗତ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ପୁରୀ ସ୍ୱର୍ଗଦ୍ୱାରରେ କରାଯିବ ବୋଲି ଜଣାଯାଇଛି । ଅପରାହ୍ନରେ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ। ମିଳିଥିବା ସୂଚନା ଅନୁଯାୟୀ, ସକାଳ ୯ଟାରେ ପ୍ରଦୀପ ମହାରଥୀଙ୍କ ମରଶରୀରକୁ ରାଜ୍ୟ ବିଜେଡି କାର୍ଯ୍ୟାଳୟକୁ ନିଆଯିବ। ତାପରେ ତାଙ୍କର ମରଶରୀରକୁ ବିଧାନସଭା ପରିସରକୁ ନିଆଯାଇଛି । ତାପରେ ତାଙ୍କର ଶେଷଦର୍ଶନ ପାଇଁ ପିପିଲିର ଫାର୍ମହାଉସକୁ ନିଆଯିବ। ଏହାପରେ ପୁରୀ ଅଭିମୁଖେ ନିଆଯାଇ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ। ପ୍ରଦୀପ ମହାରଥୀଙ୍କ ମୃତ୍ୟୁ ଖବର ପାଇ ତାଙ୍କ ସରକାରୀ ବାସଭବନରେ ଏବେ ରାଜ୍ୟର ବିଭିନ୍ନ ଦଳର ରାଜନୈତିକ ନେତାମାନଙ୍କର ଭିଡ଼ ଲାଗିଛି।

ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଗତକାଲି ବିଳମ୍ବିତ ରାତିରେ ପରଲୋକ ଘଟିଛି। ଅସୁସ୍ଥତା ଯୋଗୁଁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବରିଷ୍ଠ ବିଜେଡ଼ି ନେତା ପ୍ରଦୀପ ମହାରଥୀଙ୍କ ସ୍ବାସ୍ଥ୍ୟାବସ୍ଥା ଗତକାଲି ହଠାତ ଗୁରୁତର ହୋଇପଡ଼ିଥିଲା। ଏହାପରେ ଭେଣ୍ଟିଲେଟର ସହାୟତାରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ମାତ୍ର ଡାକ୍ତରମାନଙ୍କ ସବୁ ପ୍ରଚେଷ୍ଟା ସତ୍ତ୍ବେ ମହାରଥୀଙ୍କୁ ବଞ୍ଚାଇ ରଖିବା ସମ୍ଭବ ହୋଇ ନ ଥିଲା। ମୃତ୍ୟୁ ବେଳକୁ ତାଙ୍କ ନିକଟରେ ପତ୍ନୀ ପ୍ରତିଭା ମହାରଥୀ, ପୁତ୍ର ରୁଦ୍ରପ୍ରତାପ ଓ ଝିଅ ପଲ୍ଲବୀଙ୍କ ସମେତ ପରିବାରର ଅନ୍ୟ ସଦସ୍ୟ ଉପସ୍ଥିତ ଥିଲେ। ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବା ମାତ୍ରେ ପିପିଲି ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଥିଲା। ଶେଷ ଦର୍ଶନ ଲାଗି ବହୁ ସମର୍ଥକ ହସ୍ପିଟାଲ ନିକଟକୁ ଆସିଥିଲେ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ସ୍ବର୍ଗତଃ ମହାରଥୀ ପ୍ରଥମେ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଥିଲା। ଏହାପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଚିକିତ୍ସାରେ ରହି ସୁସ୍ଥ ହୋଇ ଘରକୁ ଫେରିଥିଲେ। ଏହାପରେ ପୁଣି ସେ ଅସୁସ୍ଥ ହୋଇପଡ଼ିଥିଲେ ଏବଂ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଥିବା ସମୟରେ କ୍ରମଶଃ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବା ଆରମ୍ଭ ହୋଇଥିଲା। ଗତକାଲି ସେ ଗୁରୁତର ହୋଇପଡ଼ିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲ।।



from Kanak News https://ift.tt/3jtOnid https://ift.tt/3l830Zd
ବିଧାନସଭା ପରିସରରେ ପ୍ରଦୀପ ମହାରଥୀଙ୍କ ମରଶରୀର । ବିଧାନସଭାରୁ ପାର୍ଟି ଅଫିସକୁ ଅଣାଯିବ ପାର୍ଥିବ ଶରୀର । ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ Kanak News ବିଧାନସଭା ପରିସରରେ ପ୍ରଦୀପ ମହାରଥୀଙ୍କ ମରଶରୀର । ବିଧାନସଭାରୁ ପାର୍ଟି ଅଫିସକୁ ଅଣାଯିବ ପାର୍ଥିବ ଶରୀର । ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ Kanak News Reviewed by SUBHENDU BARAL on October 03, 2020 Rating: 5

No comments:

Powered by Blogger.