ଆଉ ୨ ଦିନ ବର୍ଷା ସମ୍ଭାବନା: ୭ ବେଳକୁ କମିବ ବର୍ଷାର ପରିମାଣ; ପୁଣି ଥରେ ରାଜ୍ୟରେ ୧୧ରୁ ୧୩ ତାରିଖ ଯାଏ ହୋଇପାରେ ପ୍ରବଳ ବର୍ଷା Kanak News

କନକ ବ୍ୟୁରୋ: ଆସନ୍ତା ୯ ତାରିଖରୁ ଉତର ଆଣ୍ଡାମାନ ସମୁଦ୍ର ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୦ କିମ୍ବା ୧୧ ତାରିଖ ବେଳକୁ ଏହା ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ୧୧ ରୁ ଅକ୍ଟୋବର ୧୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏପଟେ ଉତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ରାଜ୍ୟର ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଂଜାମ, ଗଜପତି, ରାୟଗଡ଼ା, କନ୍ଧମାଳ,କଳାହାଣ୍ଡି, ବୌଦ୍ଧ, ବଲାଙ୍ଗିର, ଢେଙ୍କାନାଳ, ଅନୁଗୁଳ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।
କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଉ ଦୁଇ ଦିନ ବର୍ଷା ହେବ। ଆଜି ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମର ବର୍ଷା ହେବାର ସମ୍ଭାବନା ରହିଛି। ତେବେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଣୁ ଏସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୭ ତାରିଖ ଦିନ ରାଜ୍ୟରେ ବର୍ଷାର ପରିମାଣ କମିବ। ଅଧିକାଂଶ ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହେବ। ୮ ତାରିଖରେ ବର୍ଷା ଆହୁରି କମିଯିବ। ୯ ତାରିଖ ଆଡ଼କୁ ବର୍ଷା ପୂରା କମିଯିବ ଓ କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ସ୍ବଳ୍ପ ବର୍ଷା ହେବ। ତେବେ ୯ ତାରିଖ ଆଡ଼କୁ ଥାଇଲାଣ୍ଡ ଉପକୂଳ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ୨/୩ ଦିନ ଭିତରେ ଏହା ଅବପାତରେ ପରିଣତ ହେବ। ଏହାର ଗତି ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଉପକୂଳକୁ ରହିବ। ଫଳରେ ୧୧ରୁ ୧୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ।
from Kanak News https://ift.tt/34qHEQ1 https://ift.tt/3lncpwW
No comments: