ଆଉ ୪ ଦିନ ବର୍ଷିବ ! ଆଜିଠୁ ବଢିବ ବର୍ଷାର ପରିମାଣ, ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା: ୪୦ରୁ ୫୦ କିମି ବେଗରେ ବହିପାରେ ପବନ, ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ Kanak News

କନକ ବ୍ୟୁରୋ: ଲଘୁଚାପ ପ୍ରଭାବରେ ୨ ଦିନ ହେଲା ରାଜ୍ୟରେ ବର୍ଷା ଜାରି ରହିଛି। ଆଉ ୪ ଦିନ ଏମିତି ପାଗ ଲାଗି ରହିବ। ଆଜିଠାରୁ ବର୍ଷାର ପରିମାଣ ବଢ଼ିବ ଓ ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଜିଲ୍ଲାଗୁଡ଼ିକ ହେଲା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅପରପକ୍ଷେ ମଝିରେ ମଝିରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ନ ଯିବାକୁ କେନ୍ଦ୍ର ମତ୍ସ୍ୟଜୀବୀମାନଙ୍କୁ ବାରଣ କରିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ସହ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଆଜି ପୂର୍ବାହ୍ନ ପର୍ୟ୍ୟନ୍ତ ଓଡ଼ିଶାର ଉପକୂଳବର୍ତ୍ତୀ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଅପରାହ୍ଣଠାରୁ ବର୍ଷାର ପରିମାଣ ବଢ଼ିବ। ରାଜ୍ୟର ପ୍ରାୟ ସମସ୍ତ ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ଏଥିସହ ୧୨ଜିଲ୍ଲା ଯଥା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୪, ୫ ଓ ୬ ତାରିଖରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ତିନି ଦିନ ପାଇଁ କିଛି କିଛି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୪ ତାରିଖ ଦିନ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ୫ ଓ ୬ତାରିଖ ଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ଓ ଉପକୂଳବର୍ତୀ ଜିଲ୍ଲାଗୁଡ଼ିକରେ ଧୀରେଧୀରେ କମିବ। କିନ୍ତୁ ୬ ତାରିଖ ଯାଏ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ସତର୍କ ରହିବାକୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।



from Kanak News https://ift.tt/3nbRFsX https://ift.tt/3gI53l5
ଆଉ ୪ ଦିନ ବର୍ଷିବ ! ଆଜିଠୁ ବଢିବ ବର୍ଷାର ପରିମାଣ, ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା: ୪୦ରୁ ୫୦ କିମି ବେଗରେ ବହିପାରେ ପବନ, ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ Kanak News ଆଉ ୪ ଦିନ ବର୍ଷିବ ! ଆଜିଠୁ ବଢିବ ବର୍ଷାର ପରିମାଣ, ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା: ୪୦ରୁ ୫୦ କିମି ବେଗରେ ବହିପାରେ ପବନ, ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ Kanak News Reviewed by SUBHENDU BARAL on October 02, 2020 Rating: 5

No comments:

Powered by Blogger.