ଆଉ ନାହାନ୍ତି ମହାରଥୀ: ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ଜଣାଇଲେ ସମବେଦନା Kanak News

କନକ ବ୍ୟୁରୋ: ପରଲୋକଗତ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି। ବିଧାନସଭା ପରିସରରେ ତାଙ୍କ ପାର୍ଥ ଶରୀର ପହଞ୍ଚିବା ପରେ ବିଭିନ୍ନ ଦଳର ରାଜନୈତିକ ନେତାମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ  ବିୟୋଗ ପରେ ମହାରଥୀଙ୍କ ସ୍ମୃତିଚାରଣ କରିଛନ୍ତି ବହୁ ନେତା। ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି ଯେ ପ୍ରଦୀପ ମହାରଥୀଙ୍କର କୌଣସି ପ୍ରକାରର ଭୟ ନ ଥିଲା। ତାଙ୍କ ବିୟୋଗ ଓଡ଼ିଶା ପାଇଁ ଏକ ଅପୂରଣୀୟ କ୍ଷତି। ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି ଯେ ତାଙ୍କ ବିୟୋଗ ଦଳ ପାଇଁ ବଡ଼ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ସେ। ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।

ପିସିସି ସଭାପତି  ନିରଞ୍ଜନ ପଟ୍ଟନାୟକ ମଧ୍ୟ ପ୍ରଦୀପ ମହାରଥୀଙ୍କର ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି। ବରିଷ୍ଠ କଂଗ୍ରେସ ନେତା ତଥା ବିଧାୟକ ସୁରେଶ କୁମାର ରାଉତରାୟ ପ୍ରଦୀପ ମହାରଥୀଙ୍କ କାମକୁ ସେ ବହୁବାର ବିଧାନସଭାରେ  ପ୍ରଶଂସା କରିଛନ୍ତି। ସେଦୁହେଁ ମିଶି ବହୁ ଲୋକହିତକର କାର୍ଯ୍ୟ କରିଛନ୍ତି ବୋଲି ସୁରେଶ କୁମାର ରାଉତରାୟ କହିଛନ୍ତି। ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରମିଳା ମଲ୍ଲିକ । କହିଲେ, ବିଧାୟକଙ୍କ ବିୟୋଗ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ । ଆମ ବିଜେଡି ପରିବାର ଜଣେ ମୁରବୀଙ୍କୁ ହରାଇଲା । ତାଙ୍କ ସ୍ଥାନ କେହି ପୂରା କରିପାରିବେ ନାହିଁ ।

ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଶୋକ ବାର୍ତ୍ତାରେ କହିଛନ୍ତି ଯେ ତାଙ୍କ ବିୟୋଗରେ ସେ ଗଭୀର ମର୍ମାହତ। ଠିକ୍ ସେହିପରି କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ନିଜର ପ୍ରତିକ୍ରିୟାରେ କହିଛନ୍ତି ଯେ ପ୍ରଦୀପ ମହାରଥୀ ରାଜ୍ୟ ରାଜନୀତିର ସବୁଠାରୁ ଚର୍ଚ୍ଚିତ ଚେହେରା ଥିଲେ। ବରିଷ୍ଠ ବିଜେପି ନେତା ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ ବି ଗଭୀର ଶୋକ ପ୍ରକାଶ କରିଛନ୍ତି।



from Kanak News https://ift.tt/3ndouWl https://ift.tt/36uIiyp
ଆଉ ନାହାନ୍ତି ମହାରଥୀ: ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ଜଣାଇଲେ ସମବେଦନା Kanak News ଆଉ ନାହାନ୍ତି ମହାରଥୀ: ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ଜଣାଇଲେ ସମବେଦନା Kanak News Reviewed by SUBHENDU BARAL on October 03, 2020 Rating: 5

No comments:

Powered by Blogger.