ଓଡ଼ିଶା ଆଡକୁ ମୁହାଁଉଛି ଆଉ ଏକ ଲଘୁଚାପ ! Minati Mishra

ଭୁବନେଶ୍ୱର: ଆସନ୍ତା ୯ତାରିଖରୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶା ଆଡ଼କୁ ମୁହାଁଇପାରେ । ପରବର୍ତ୍ତୀ ୨ରୁ ୩ ଦିନ ଭିତରେ ଏହା ଡିପ୍ରେସନରେ ପରିଣତ ହୋଇପାରେ ।ଏହାର ପ୍ରଭାବରେ ୧୧ରୁ ୧୩ ତାରିଖ ଯାଏ ରାଜ୍ୟରେ ବର୍ଷା  ସମ୍ଭାବନା ଥିବା ପାଣିପାପାଗ କେନ୍ଦ୍ର ସୂଚନା ଦେଇଛି ।

ସେହିପରି ରାଜ୍ୟରେ ଏବେ ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଛି । ତେବେ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି।

କଟକର କଣ୍ଟାପଡ଼ାରେ ୧୩ ସେଣ୍ଟିମିଟର ବର୍ଷା ହୋଇଥିବା ବେଳେ ପିପିଲିରେ ୧୨ ସେଣ୍ଟିମିଟର, ଗଂଜାମର ପୁରୁଷୋତ୍ତମପୁରରେ ୧୧ ସେଣ୍ଟିମିଟର ବର୍ଷା ରେକର୍ଡ ହୋଇଛି । ତେବେ ଆଜି ସକାଳ ୮ ଟା ଯାଏଁ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

The post ଓଡ଼ିଶା ଆଡକୁ ମୁହାଁଉଛି ଆଉ ଏକ ଲଘୁଚାପ ! appeared first on OTV Khabar..



from OTV Khabar. https://ift.tt/3cWgxAe
ଓଡ଼ିଶା ଆଡକୁ ମୁହାଁଉଛି ଆଉ ଏକ ଲଘୁଚାପ ! Minati Mishra ଓଡ଼ିଶା ଆଡକୁ ମୁହାଁଉଛି ଆଉ ଏକ ଲଘୁଚାପ ! Minati Mishra Reviewed by SUBHENDU BARAL on October 04, 2020 Rating: 5

No comments:

Powered by Blogger.