ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ପୁଣି ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ୱେଲ୍ମାର୍କଡ୍ରେ ପରିଣତ ହୋଇଛି।
ପଶ୍ଚିମ, ପଶ୍ଚିମ-ଉତ୍ତର ଦିଗରେ ଗତି କରି ୧୨ ତାରିଖରେ ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଆଜିଠୁ ୧୩ ତାରିଖ ଯାଏ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଦକ୍ଷିଣ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି।
ପ୍ରବଳ ବର୍ଷା ହେବାର ସମ୍ଭାବନା ନେଇ ୧୨ ତାରିଖ ସକାଳ ଯାଏ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର। ଏହି ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ତେବେ ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
The post ଆଜିଠୁ ପ୍ରବଳ ବର୍ଷା ସମ୍ଭାବନା, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି appeared first on OTV Khabar..
from OTV Khabar. https://ift.tt/34I4AdC
No comments: