କାମାକ୍ଷାନଗର ୧୪।୦୧: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୫ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରାମିଆଳ ବ୍ରିଜ ନିକଟରେ ଘଟିଛି ଦୁର୍ଘଟଣା ।
ଖବରଅନୁଯାୟୀ, ଯାତ୍ରୀବାହି ବସ୍ଟି ରାଉରକେଲାରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା । ବସ୍ର ପ୍ରାୟ ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବାଲେଶ୍ୱର ଅଭିମୁଖେ ଯାଉଥିଲା । କିନ୍ତୁ କାମାକ୍ଷାନଗର ଥାନା ରାମିଆଳ ବ୍ରିଜ ନିକଟରେ ଯାତ୍ରୀବାହି ବସ୍ଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିପଡିଥିଲା ।
ଯାହାଫଳରେ ଗାଡିରେ ଥିବା ୫୦ଜଣ ଯାତ୍ରୀଙ୍କ ମଧ୍ୟରୁ ୫ଜଣ ଆହତ ହୋଇଛନ୍ତି । ଘଟଣାସ୍ଥଳରୁ ସମସ୍ତ ଆହତଙ୍କୁ ଉଦ୍ଧାର କରି କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କ ଚିକିତ୍ସା ଜାରି ରହିଛି ।
from Prameya News7 https://ift.tt/3sljX6J
ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହି ବସ୍, ଗାଡିରେ ଥିଲେ ୫୦ରୁ ଅଧିକ ଯାତ୍ରୀ
Reviewed by SUBHENDU BARAL
on
January 13, 2021
Rating:

No comments: