ଭୁବନେଶ୍ୱର,୧୯/୦୨: ଶୁକ୍ରବାର ରାଜ୍ୟର ୧୦ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ପାଣିପାଗବିତ୍ ଏଭଳି ପୂର୍ବାନୁମାନ କରିଛନ୍ତି । କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ବିଶ୍ୱାସ ଅନୁମାନ କରିଛନ୍ତି।
ବର୍ଷା ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ସାମାନ୍ୟ କମିବା ସହିତ ଶୀତ ଲେଉଟିବ ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି । ଅପରପକ୍ଷେ ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି ଯେ, ଶୁକ୍ରବାର ରାଜ୍ୟର କିଛି ସ୍ଥାନରେ ମେଘୁଆ ପାଗ ରହିବ । କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ତାପମାତ୍ରା ସ୍ୱାଭାବିକଠୁ କମ ରହିବ । ତେବେ ୨୧ରୁ ଧୀରେ ଧୀରେ ତାପମାତ୍ରା ବଢ଼ିବ ।
ଗୁରୁବାର ଦାରିଙ୍ଗବାଡ଼ିରେ ୨୮ ମିଲିମିଟର ବର୍ଷା ହୋଇଥିବା ବେଳେ କୋରାପୁଟରେ ୧୧ ମିଲିମିଟର ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ଼ କରିଛି ।
from Prameya News7 https://ift.tt/2OUWeeF
No comments: