ମେଷ – ଅଟକି ରହିଥିବା କାମଗୁଡିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ । କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ଓ କଳା ପାଇଁ ଚାପ କ୍ରମଶଃ ବଢିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବୃଷ – କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ପରୋକ୍ଷ ଶତ୍ରୁତାରୁ ଦୋଷୀ ରୂପେ ପରିଗଣିତ ହେବେ । କେତେକ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଏହା ଘଟିବାର ସମ୍ଭାବନା ଅଧିକ ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଉତ୍ତମ ଫଳ ପାଇବେ ।
ମିଥୁନ – ସ୍ୱାସ୍ଥ୍ୟରେ ଉନ୍ନତି, ଗୃହରେ ଶାନ୍ତି, ଜମିଜମା ବିବାଦର ସମାଧାନ ହେତୁ ମନ ପ୍ରଫୁଲ୍ଲ ରହିବ । ବାଣିଜ୍ୟ, ପରିବହନ, ସଭାସମିତି, ବନ୍ଧୁ ସମ୍ପର୍କ ଓ ପାରିବାରିକ ଦିଗରୁ ଅନୁକୂଳ ଫଳ ପାଇବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।
ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
କର୍କଟ – ଆଜି କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ସଙ୍ଗକୁ ଭ୍ରମଣ ସୁଯୋଗ, ସତ୍-ସଙ୍ଗ ଯୋଗୁ ମନ ଖୁସି ରହିବ । ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ସିଂହ – ଆଜି ଦିନଟିରେ ପୂର୍ବାପେକ୍ଷା ପରିସ୍ଥିତି କେତେକାଂଶରେ ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅନ୍ତଦ୍ୱର୍ନ୍ଦ୍ୱ ଲାଗି ରହିବ । ଅବଶ୍ୟ ଆଜି ସଂଗୀତ , ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
କନ୍ୟା – ବିଳମ୍ବିତ ସମୟରେ ଅପେକ୍ଷା କରିଥିବା ଖବରଟି କିମ୍ବା ଅଭିଳଷିତ ଜିନିଷଟି ପାଇବେ । ହଠାତ୍ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖା ଦେଇପାରେ । ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ତୁଳା – ଆପଣ ଯେତେ ଅନ୍ୟମାନଙ୍କ ମନ ନେଇ କାମ କଲେ ମଧ୍ୟ ନିଜର ଲୋକମାନେ ଈର୍ଷା ପରାୟଣ ହେବେ । ଅର୍ଥ ସଂଗ୍ରହରେ ତତ୍ପର ହେବେ, କିନ୍ତୁ ସମ୍ପୂର୍ଣ୍ଣ ସଫଳତା ପାଇବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବିଛା – ଶାରୀରିକ ସ୍ୱାସ୍ଥ୍ୟ ବିଗିଡିବା ସହ ବନ୍ଧୁଙ୍କ ସହ ମତାନ୍ତରର ସମ୍ଭାବନା ରହିଛି । କିନ୍ତୁ ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ ଓ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ଧନୁ – ଅର୍ଥଲାଭ , ସମ୍ମାନ ପ୍ରାପ୍ତି, କାର୍ଯ୍ୟସିଦ୍ଧି ହେତୁ ମନ ମଧ୍ୟ ପ୍ରଫୁଲ୍ଲ ରହିବ । ଯେକୌଣସି କ୍ଷେତ୍ର ହେଉନା କାହିଁକି ଆପଣ ବିଚାର ବିନା ସରଲ ବିଶ୍ୱାସ କଲେ ହଇରାନରେ ପଡିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ମକର – ସକାଳୁ ବନ୍ଧୁଙ୍କ ଦୁଃଖରେ ସମବେଦନା ପୂର୍ବକ ମନରେ ଭାବାନ୍ତର ସୃଷ୍ଟି ହୋଇପାରେ । ନିଜସ୍ୱ ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାର୍ଯ୍ୟ ନେବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
କୁମ୍ଭ – ଆଜି ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ । ପିଲାଙ୍କ ବିବାହ ଚିନ୍ତାରେ ମନ ଉଦ୍ ବିଗ୍ନ ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କରତ୍କର୍ମା ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- କ୍ଳାନ୍ତି ଅନୁଭବ କରିବେ ।
ମୀନ – ଆଜି ବନ୍ଧୁଙ୍କ ମଧୁର ବ୍ୟବହାର ସଙ୍ଗକୁ ଅର୍ଥ ଲାଭ ମନକୁ ପ୍ରଫୁଲ୍ଲିତ କରିବ । ସାଧାରନ କଥାକୁ କେନ୍ଦ୍ର କରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତି ଭାବ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ନୂତନ ଜିନିଷ କ୍ରୟ କରିପାରନ୍ତି ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
from Prameya News7 https://ift.tt/3w7PBGQ
No comments: