ବୌଦ୍ଧ ୨୬।୦୩: ବସ୍-ଟ୍ରକ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ୧୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଆହତ ଯାତ୍ରୀଙ୍କ ମଧ୍ୟରୁ କିଛି ଲୋକ ଗୁରୁତର ଥିବା ଜଣାପଡିଛି ।
ଖବର ଅନୁଯାୟୀ, ତିରୁପତି ନାମକ ଏକ ବସ୍ ଯାତ୍ରୀ ନେଇ ଭୁବନେଶ୍ୱରରୁ ଭବାନୀପାଟଣା ଯାଉଥିଲା । ବୌଦ୍ଧ ଜିଲ୍ଲା ପୁରୁଣା କଟକ ଥାନା ୫୭ ନମ୍ବର ଜାତୀୟ ରାଜପଥ ଖଜୁରୀପଡ଼ା ନିକଟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ବିଳମ୍ବିତ ରାତି ପ୍ରାୟ ୩ଟା ସମୟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଆହତ ଯାତ୍ରୀଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ବୌଦ୍ଧ ମୁଖ୍ୟ ଡାକ୍ତରଖାନରେ ଭର୍ତ୍ତି କରାଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ଦୁର୍ଘଟଣାର କାରଣ ଜଣାପଡିନଥିବା ବେଳେ ପୁରୁଣାକଟକ ପୋଲିସ ତଦନ୍ତ ଜାରି ରଖିଛି ।
from Prameya News7 https://ift.tt/3rp3BYY
‘ତିରୁପତି’ ବସ୍କୁ ଧକ୍କା ଦେଲା ଟ୍ରକ, ୧୦ ଆହତ
Reviewed by SUBHENDU BARAL
on
March 25, 2021
Rating:
No comments: