ମାର୍ଚ୍ଚ ୨୫ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

ମେଷ – ଗୁରୁବାର ବୁଝାମଣା ମାଧ୍ୟମରେ ପ୍ରତ୍ୟେକ କାମକୁ ସମ୍ଭାଳି ନେବେ । ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାଶ୍ୱିର୍କ ପରିସ୍ଥିତି ଅନେକାଂଶରେ ଭଲ ରହିବ । ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ଶୁଭ ରଙ୍ଗ କ୍ରୀମ୍। ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବୃଷ – ପାରିବାରିକ ଅସ୍ଥିରତା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ଗୁରୁତ୍ୱ ପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ – ଦିନଟି ଯାତ୍ରା ପାଇଁ ପ୍ରତିକୂଳ ନ ହେଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ । ବ୍ୟବସାୟରେ ଲକ୍ଷ୍ୟ ହାସଲ କରିବାରେ କୌଣସି ଅସୁବିଧା ହେବ ନାହିଁ । କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଧାର୍ମିକ ହେବେ ।

କର୍କଟ – ଗୁରୁବାର ଆର୍ଥିକ ସ୍ଥିତି ଭଲ ରହିବ କିମ୍ବା ଅର୍ଥ ସମସ୍ୟା ସୁଧୁରୁ ଯିବ । କର୍ମକ୍ଷେତ୍ରରେ ଏମିତି କେତେକ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବ, ଯଦ୍ଦ୍ୱାରା ଠିକ୍ ନିଷ୍ପତ୍ତି ନେଇପାରିବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତି ବୁଦ୍ଧିରେ କାର୍ଯ୍ୟ ସାଧନାରେ ସମର୍ଥ ହେବେ । ବହୁତ ଅନୁସନ୍ଧାନ ପରେ ଅପରାହ୍ନରେ ଖୋଜୁଥିବା ଜିନିଷ ହଠାତ୍ ପାଇଯିବେ ।  ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା – ଆଜି ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ । କିନ୍ତୁ ବନ୍ଧୁମାନଙ୍କ ସାହାର୍ଯ୍ୟ ଓ ସହ-ଯୋଗରୁ ଉତ୍ସାହିତ ହେବେ । କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି ।  ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ପ୍ରତ୍ୟେକ କାମରେ ସଫଳତା କାରନରୁ ମାନସିକ ସ୍ଥିତି ଭଲ ରହିବ । କେତେକ କ୍ଷେତ୍ରରେ ବନ୍ଧୁଙ୍କ ସମ୍ମୁଖରେ ମନର ଭାବ ପ୍ରକାଶରେ ପଛେଇ ଯାଇପାରନ୍ତି । ମାଲିମୋକଦ୍ଦମାର ସରଳ ସମାଧାନ ହୋଇଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖଭାରା ଦିନଟି ।

ବିଛା – ପରିବାରର ବିଭିନ୍ନ ପ୍ରକାରର ସମସ୍ୟା ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ । ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି । ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ଧନୁ – ଗୁରୁବାରର କର୍ମକ୍ଷେତ୍ରରେ ଫଳପ୍ରଦ ଆଲୋଚନା କରିବେ । ପାରିବାରିକ , ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୁଖୀ ହେବେ ।

ମକର – ଗୁରୁବାର ସାଧାରଣ କାଥାକୁ କେନ୍ଦ୍ରକରି କଳହର ସମ୍ମୁଖୀନ ହୋଇପାରନ୍ତି । ଇଚ୍ଛା ନ ଥିଲେ ମଧ୍ୟ ଘରର କେତେକ ଅତ୍ୟାବଶ୍ୟକ ଜିନିଷ ଆଣିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

କୁମ୍ଭ  – ଗୁରୁବାର ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ । ଶିଳ୍ପ,ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେହ ଅସୁବିଧା ହେବ ନାହିଁ । ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ – ଗତକାଲି ଠାରୁ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । ପରିବାରରେ ମତାନ୍ତର ଅଶାନ୍ତିର କାରଣ ପାଲଟି ଯାଇପାରେ । ଗୁରୁଜନଙ୍କ ସ୍ୱାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।

ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।



from Prameya News7 https://ift.tt/3fcQesI
ମାର୍ଚ୍ଚ ୨୫ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ ମାର୍ଚ୍ଚ ୨୫ ତାରିଖ, ଗୁରୁବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ Reviewed by SUBHENDU BARAL on March 24, 2021 Rating: 5

No comments:

Powered by Blogger.