ମେଷ – ପାରିବାରିକ କୁପ୍ରଭାବ ଆଜିର ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ନ ହୋଇପାରେ । ସାମୟିକ ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା , ବନ୍ଧୁ ମିଳନ ଓ ଯାତ୍ରା କେତେକାଂଶରେ ଶାନ୍ତି ପ୍ରଦାୟକ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବୃଷ – ଉଚ୍ଚାରୋହୀ ଶୁକ୍ର ହେତୁ ସ୍ୱାସ୍ଥ୍ୟର ଉନ୍ନତି ପରିଲକ୍ଷିତ ହେବା କାରଣରୁ ବ୍ୟସ୍ତତା ଦୂର ହେବ । ଅର୍ଥ ସମ୍ପର୍କୀୟ ଅଭାବକୁ ଦୂରେଇବାରେ ବନ୍ଧୁ ସାହାର୍ଯ୍ୟ କରିବେ । ସଭା ସମିତିରେ ସମ୍ମାନିତ ହେବେ । । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚଚାଷୀ- ଜଳ ସଞ୍ଚୟ କରନ୍ତୁ ।
ମିଥୁନ – ଶନି କ୍ଷେତ୍ରସ୍ଥ ବୁଧଙ୍କ ଯୋଗୁଁ ନିଜର ଉଦାରତା ଗୁଣରୁ ନିଜ କାମ ଛାଡି ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ । ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରିବା ଭଲ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
କର୍କଟ – କର୍ମକ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇ ଖୁସି ହେବେ । ପ୍ରତିବନ୍ଧକ ମଧ୍ୟରେ ଅଟକି ରହିଯାଇଥିବା କାମ ସହଜ ଓ ସୁବିଧାରେ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ସିଂହ – ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ଜାଲରେ ଛନ୍ଦି ହୋଇ ମାନସିକ ସନ୍ତୁଳନ ହରାଇବେ । ଆର୍ଥିକ ସ୍ୱଚ୍ଛଳତା ରହିଥିଲେ ମଧ୍ୟ କାମଗୁଡିକ ସୁବିଧାରେ ହୋଇପାରବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
କନ୍ୟା – ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ, କିନ୍ତୁ କିଛିବି କରିବେ ନାହିଁ । ଜମିଜମା କାରବାରରେ ଅର୍ଥ ଲାଭରୁ କିମ୍ବା କଳ୍ପନାର ବାହାରେ ଥିବା କୌଣସି କାର୍ଯ୍ୟ ହାସଲ ହେତୁ ଖୁସି ରହିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ତୁଳା – ଆଜି ନିଜ ଲୋକଙ୍କ ଉପରେ ଭରସା କରି ନ ପାରି ଅନ୍ୟର ସାହାର୍ଯ୍ୟ ଲୋଡିବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ, ଅନ୍ୟଥା କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବିଛା – ପ୍ରତ୍ୟେକ କ୍ଷେତ୍ରରେ ସାନଧାନତା ସହ କାମ ନ କଲେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ଅଫିସ୍ କାମରେ ଘଟଣାଗୁଡିକୁ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ଧନୁ – କୌଣସି ପ୍ରକାରର ଟଙ୍କା ସଂଗ୍ରହ କରିବାରେ ତତ୍ପରତା ପ୍ରକାଶ କରିବେ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ । ଆନୁଷ୍ଠାନିକ କ୍ଷେତ୍ରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ମକର – ସକାଳୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ପଡୋଶୀ କେହି ପ୍ରତିବାଦର ସ୍ୱର ଉଠାଇ ମନରେ ଅସ୍ଥିରତା ସୃଷ୍ଟି କରିପାରନ୍ତି । ବ୍ୟବସାୟ ପ୍ରଭୃତିରୁ ସୁଫଳ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି ।
ରୋଗୀ- ସତର୍କତାର ଦିନ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।
କୁମ୍ଭ – ଆଜି ହଠାତ୍ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଆକସ୍ମିକ ଦୁର ଯାତ୍ରା କରିବାକୁ ପଡିପାରେ । ସମସ୍ୟା ସୁଧାରିବାକୁ ଯାଇ ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ରୋଗୀ- ୟୋଗା କରନ୍ତୁ ।
ମୀନ – ଅପରାହ୍ନରେ ସମସ୍ୟା ସମାଧାନ ହେବା ସାଙ୍ଗକୁ ଟେନସନ୍ କମିଯିବ । କର୍ମକ୍ଷେତ୍ରରେ ସହ-ଯୋଗ ଭିତରେ କାମ କଲେ ଉପକାର ପାଇବେ । ସାଧାରଣ କଥାକୁ କେନ୍ଦ୍ର କରି ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
from Prameya News7 https://ift.tt/3dgOMTx
No comments: