ଭୁବନେଶ୍ବର ୦୧।୪ : ଆଜି ହେଉଛି ଏପ୍ରିଲ ୧ ଅର୍ଥାତ ଉତ୍କଳ ଦିବସ । ଏହି ଅବସରରେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଟ୍ୱିଟ୍ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କୁ ସେ ସମ୍ମାନ ଜଣାଇଛନ୍ତି। ମହାପୁରୁଷମାନେ ଭାଷା, ସାହିତ୍ୟ, ସଂସ୍କୃତିର ଗୌରବ ବୃଦ୍ଧି କରିଛନ୍ତି । ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ସ୍ବତନ୍ତ୍ର ପରିଚୟକୁ ବଜାୟ ରଖିବା ସହ ଏହାକୁ ଆହୁରି ପରିବ୍ୟାପ୍ତ କରିବା ପାଇଁ ସଂକଳ୍ପବଦ୍ଧ ହେବାକୁ ଆହ୍ୱାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ରାଜ୍ୟବାସୀଙ୍କୁ #ଓଡ଼ିଶାଦିବସ ର ଆନ୍ତରିକ ଶୁଭେଚ୍ଛା। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କ ପ୍ରତି ମୋର ସମ୍ମାନ ଜଣାଉଛି। ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ସ୍ୱତନ୍ତ୍ର ପରିଚୟକୁ ବଜାୟ ରଖିବା ସହ ଏହାକୁ ଆହୁରି ପରିବ୍ୟାପ୍ତ କରିବା ପାଇଁ ଆସନ୍ତୁ ସଂକଳ୍ପବଦ୍ଧ ହେବା pic.twitter.com/SUmog0leo7
— Naveen Patnaik (@Naveen_Odisha) April 1, 2021
ସୂଚନାଯୋଗ୍ୟ, ଗୁରୁବାର ୮୬ତମ ଉତ୍କଳ ଦିବସ ପାଳନ କରୁଛି ଓଡିଶା। ୧୯୩୬ ଅପ୍ରେଲ ୧ରେ ସ୍ବତନ୍ତ୍ର ରାଜ୍ୟ ଭାବେ ଗଠନ ହୋଇଥିଲା ଓଡିଶା । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ ।
from Prameya News7 https://ift.tt/3rzBZRe
No comments: