ଆଜି ୮୬ତମ ଉତ୍କଳ ଦିବସ, ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ

ଭୁବନେଶ୍ୱର ୦୧।୦୪: ଆଜି ୮୬ତମ ଉତ୍କଳ ଦିବସ ପାଳନ କରୁଛି ଓଡିଶା। ୧୯୩୬ ଅପ୍ରେଲ ୧ରେ ସ୍ବତନ୍ତ୍ର ରାଜ୍ୟ ଭାବେ ଗଠନ ହୋଇଥିଲା ଓଡିଶା । ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ ।

୧୫୬୮ରେ ଶେଷ ହିନ୍ଦୁ ରାଜା ମୁକୁନ୍ଦ ଦେବଙ୍କ ଦେହାନ୍ତ ପରେ, ବ୍ରିଟିଶ ଶାସନରୁ ଅଲଗା ହୋଇ ଓଡ଼ିଶାକୁ ଏକ ଅଲଗା ରାଜ୍ୟ କରିବା ପାଇଁ ଦାବି ହୋଇଥିଲା । ଉତ୍କଳ ଗୌରବ ଧୁସୂଦନ ଦାସ, ଫକୀର ମୋହନ ସେନାପତି, ଗୋପବନ୍ଧୁ ଦାସ, ନୀଳକଣ୍ଠ ଦାସ, ଗଙ୍ଗାଧର ମେହେର, ରାଧାନାଥ ରାୟ, ବାସୁଦେବ ସୁଢ଼ଳ ଦେବ ଓ କୃଷ୍ଣଚନ୍ଦ୍ର ଗଜପତିଙ୍କ ଚେଷ୍ଟାରେ ଆନ୍ଦୋଳନ ତେଜିଥିଲା । ପ୍ରଥମେ ଓଡ଼ିଶା ରାଜ୍ୟ ଛଅଟି ଜିଲ୍ଲା କଟକ, ପୁରୀ, ବାଲେଶ୍ୱର, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମକୁ ନେଇ ତିଆରି କରାଯାଇଥିଲା । ସାର ଅଷ୍ଟିନ ହବାକ ଓଡ଼ିଶାର ପହିଲା ରାଜ୍ୟପାଳ ଭାବରେ ଶପଥ ନେଇଥିଲେ । ୧୯୩୬ ମସିହା ଏପ୍ରିଲ ପହିଲା ଦିନ ଓଡ଼ିଶାକୁ ଏକ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ମିଳିଲା। ୧୯୯୨ ମସିହାରେ ଓଡ଼ିଶାର ୧୩ଟି ଜିଲ୍ଲାକୁ ପୁନର୍ବିଭାଜନ କରି ୩୦ଟି ଜିଲ୍ଲାରେ ଭାଗ କରାଗଲା ।

ତେବେ ପ୍ରତି ବର୍ଷ ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରା ଯାଇ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାରମାନଙ୍କୁ ସମ୍ମାନ ଅର୍ପଣ କରାଯାଏ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏପ୍ରିଲ ପହିଲାରୁ ପାଳିତ ହେଉଥିବା ଉତ୍କଳ ଦିବସ ଓ ଅନୁରୂପ କାର୍ଯ୍ୟକ୍ରମ ଉପରେ ରାଜ୍ୟ ସରକାର କଟକଣା ଲଗାଇଛନ୍ତି । ଉତ୍କଳ ଦିବସ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସାରା ରାଜ୍ୟରେ ବାରଣ କରାଯାଇଛି । ସେହିଭଳି ସରକାରୀ କାର୍ଯ୍ୟକ୍ରମରେ ସର୍ବାଧିକ ୨୦୦ ପର୍ଯ୍ୟନ୍ତ ଲୋକ ଯୋଗ ଦେଇପାରିବେ । କୋଭିଡ ମାର୍ଗନିର୍ଦ୍ଦେଶିକା ଅନୁଯାୟୀ ସାମାଜିକ ଦୂରତା, ମାସ୍କ ପିନ୍ଧିବା, ହାତ ଧୋଇବା, ସାନିଟାଇଜର ଆଦି ବ୍ୟବହାରକୁ କଡ଼ାକଡ଼ି ପାଳନ ଲାଗି ନିର୍ଦ୍ଦେଶ ଦିଆଯାଇଛି ।



from Prameya News7 https://ift.tt/3sHPWhd
ଆଜି ୮୬ତମ ଉତ୍କଳ ଦିବସ, ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ ଆଜି ୮୬ତମ ଉତ୍କଳ ଦିବସ, ଭାଷା ଭିତ୍ତିରେ ରାଜ୍ୟଗଠନ ହେବାରେ ଓଡ଼ିଶା ଭାରତର ପ୍ରଥମ ରାଜ୍ୟ Reviewed by SUBHENDU BARAL on March 31, 2021 Rating: 5

No comments:

Powered by Blogger.