ନବରଙ୍ଗପୁର ୨୫।୦୩: ଚିନ୍ତା ବଢାଇଲାଣି କରୋନା ସଂକ୍ରମଣ । ଆଜିଠୁ ନବରଙ୍ଗପୁରରେ ନାଇଟ୍ କର୍ଫ୍ୟୁ । ମାଲକାନଗିରି ପରେ ନବରଙ୍ଗପୁରରେ ନାଇଟ୍ କର୍ଫ୍ୟୁ । ରାତି ୮ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ଲାଗୁହେବ ନାଇଟ୍ କର୍ଫ୍ୟୁ ।
ନାଇଟ୍ କର୍ଫ୍ୟୁ ସହ ଆଉ କିଛି କଟକଣା ମଧ୍ୟ ଲଗାଇଲେ ଜିଲ୍ଲାପାଳ । ଗୋଟିଏ ସ୍ଥାନରେ ୫ରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ । ଜରୁରୀ ନଥିବା ସେମିନାର, ଓ୍ବାର୍କସପ, କନଫରେନ୍ସ ବାତିଲ କରାଯାଇଛି । ବାହାଘର, ବରଯାତ୍ରୀ ଶୋଭାଯାତ୍ରା, ଅପେରା ଉପରେ ରୋକ୍ ଲଗାଯାଇଛି । ରାଜନୈତିକ ଶୋଭାଯାତ୍ରା, ଆନ୍ଦୋଳନକୁ ବାରଣ କରାଯାଉଛି । ଏପରିକି ଗହଳି ହେଉଥିବା ଧାର୍ମିକ କାର୍ଯ୍ୟକ୍ରମ, ବାହାଘର ରିସେପ୍ସନ୍ ବନ୍ଦ । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ନିୟମ ବଳବତ୍ତର ରହିବ । ଯଦି କେହି ନିୟମ ଖିଲାପୀ କରନ୍ତି, ତେବେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ମାର୍ଚ୍ଚ ୨୩ରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ମାଲକାନଗିରିରେ ନାଇଟ୍ କର୍ଫ୍ୟୁ ଲାଗୁ ହୋଇଛି। ଜିଲ୍ଲାରେ ଦୈନିକ ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ବଳବତ୍ତର ରହିବ। ଦେଶର ଅନେକ ରାଜ୍ୟରେ କରୋନା ସଂକ୍ରମଣର ଦ୍ଵିତୀୟ ଲହର ଦେଖିବାକୁ ମିଳିଛି। ଓଡିଶାରେ ମଧ୍ୟ ଗତ କିଛି ଦିନ ହେବ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଫଳରେ ଓଡିଶାକୁ ପୁଣି ଥରେ ଫେରିଛି ନାଇଟ୍ କର୍ଫ୍ୟୁ।
from Prameya News7 https://ift.tt/3vRCae5
No comments: