ମେଷ – କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିପାରେ । ଭଲ ଭଲ କହୁଥିବା ନ୍ଖଳଙ୍କ ସମ୍ପର୍କୀୟମାନେ ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାରୁ ଶୁଣିବାକୁ ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ବୃଷ – ଅଫିସରେ କିମ୍ବା ଆଲୋଚନା କ୍ଷେତ୍ରରେ ମନ ଅସ୍ଥିର ରହିବା କାରଣରୁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ । ପରିବାରରେ ସନ୍ତାନ ହେତୁକ ପୀଡା ଅନୁଭବ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ରୋଗୀ- ସତର୍କତାର ଦିନ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ମିଥୁନ – ରାଗକୁ ନିୟନ୍ତ୍ରଣରେ ନ ରଖିବା କାରଣରୁ ବନ୍ଧୁଙ୍କ ସହ ଚିକ୍ତତା ସୃଷ୍ଟି ହୋଇପାରେ । କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ । ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
କର୍କଟ – ମନ କଥା ମନରେ ରଖି ସବୁ କଥାକୁ ଚିନ୍ତା କରି କାମ ନ କଲେ କଳହ ଲାଗିବ । ଅପରାହ୍ନରେ ଜଣେ ପ୍ରତିଷ୍ଠାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।
ସିଂହ – ପାରିବାରିକ ଋଣ ଭାରରେ ଅତିଷ୍ଠ ହେବେ, କିନ୍ତୁ ପରିଶୋଧ କରିବାର ରାସ୍ତା ଖୋଜି ପାଇପାରିବେ ନାହିଁ । ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କନ୍ୟା – ଆଜି କିଛି ପାଇବା ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ । ଦୀର୍ଘ ଦିନରୁ ଶତ୍ରୁତା ଆଚରଣ କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ତୁଳା – ଆଜି ଶତ୍ରୁ ଠାରୁ ଦୂରତା ରଖି କାମ ନ କଲେ ହଇରାଣରେ ପଡିପାରନ୍ତି । ଫେରି ଯାଉଥିବା ବନ୍ଧୁଟି ଲେଉଟି ଆସିବା ଫଳରେ ନିଜର କାମ ସମ୍ପନ୍ନରେ ବ୍ୟସ୍ତତା ବଢିଯାଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- କ୍ଳାନ୍ତି ଅନୁଭବ କରିବେ ।
ବିଛା – ଯେଉଁ କାମ ଦୀର୍ଘଦିନ ହେଲା ହୋଇପାରି ନ ଥିଲା ଆଜି ଆକସ୍ମିକ ଭାବେ ହୋଇଯିବ । ଅର୍ଥ ସମ୍ପର୍କରେ ଯେତେ ପାଇଲେ ମଧ୍ୟ ଆହୁରି ପାଇବାକୁ ବ୍ୟାକୁଳ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଗୃହିଣୀ- କାର୍ଯ୍ୟରେ ବିଳମ୍ବ ହୋଇପାରେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ଧନୁ – କୌଣସି ପରିଚିତଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ଅଫିସରେ ସହକର୍ମୀଙ୍କ ସହ ମିଷ୍ଟାଳାପରେ ମାତି ରହିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ମକର – ଶାରୀରିକ ଅସୁସ୍ଥତା ଦୂରେଇବା ହେତୁ ମାନସିକ ଆଶ୍ୱସ୍ତି ଲଭିବେ । କୌଣସି ବ୍ୟକ୍ତି ଠାରୁ ହଠାତ୍ ବିସ୍ମୟ ସୃଷ୍ଟିକାରୀ ଖବର ପାଇ ବିଚଳିତ ବୋଧ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
କୁମ୍ଭ – ଅଫିସ୍ ରେ ସାଧାରଣ କଥାରେ ହଠାତ୍ କଳହ ସୃଷ୍ଟି ହୋଇପାରେ । ପାରିବାରିକ ସମସ୍ୟାର ସମାଧାନ ସକାଶେ ବନ୍ଧୁମାନଙ୍କ ସାହାର୍ଯ୍ୟ ଲୋଡିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ମୀନ – ଅନ୍ୟ ଦ୍ୱାରା ପ୍ରଭାବିତ ଉଚ୍ଚ ଅଫିସରଙ୍କ ସହ ସମ୍ପର୍କ ହାନି ଦୁଶ୍ଚିନ୍ତାର କାରଣ ହେବ । ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ମନ ଅସ୍ଥିର ରହିବ ଓ ମାନସିକ ବ୍ୟଥା ଅନୁଭବ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଉତ୍ତମ ଫଳ ପାଇବେ ।
from Prameya News7 https://ift.tt/3sqqufY
No comments: