ମେଷ – ଆଜି ଶ୍ରୀଚନ୍ଦ୍ର ଯୋଗୁ ସ୍ୱାସ୍ଥ୍ୟ, ଜମିଜମା ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ କିନ୍ତୁ ଯାତ୍ରା, ବିବାଦ ସମସ୍ୟା ବହୁଳ ହୋଇପାରେ । ବରାଦ ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବୃଷ – ରାହୁଯୁକ୍ତ ମଙ୍ଗଳ ଆପଣଙ୍କୁ ଦୁଃସାହସିକ କାମରେ ପ୍ରବୃତ୍ତ କରାଇପାରେ । କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ଆକସ୍ମିକ ଭାବରେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ଧାର୍ମିକ ହେବେ ।
ମିଥୁନ – ଭାଗ୍ୟସ୍ଥ ନୀଚାଭିମୁଖୀ ରାଶ୍ୟାଧିପ ହେତୁ କିଛି ଅସୁବିଧା ନ ଥିଲେ ମଧ୍ୟ ଦେହ ଓ ମନ ଭଲ ରହିବ ନାହିଁ । ନିଜ ଲୋକ ପ୍ରତିବନ୍ଧକ ସାଜିପାରନ୍ତି । ସାହିତ୍ୟ କାର୍ଯ୍ୟରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।
କର୍କଟ – କର୍ମଭାବସ୍ଥ ଚନ୍ଦ୍ର ହେତୁ ପାରିବାରିକ ସ୍ଥିତି ଭଲ ରହିବା ସହ କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ପାଇବ । ଶୁକ୍ରଙ୍କ ସୁପ୍ରଭାବ ବିଳାସବ୍ୟସନ, କଳା, ସାହିତ୍ୟ, ସଙ୍ଗୀତାଦି କ୍ଷେତ୍ରରେ ସୁନାମ ପ୍ରଦାନ କରିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।
ସିଂହ – ଦୁଃସ୍ଥାନସ୍ଥ ରାଶ୍ୟାଧିପ ଉଚ୍ଚ ବର୍ଗର ବ୍ୟକ୍ତି ବିଶେଷଙ୍କ ସହ ବିରୋଧଭାବ ସୃଷ୍ଟି କରିପାରେ । କର୍ମକ୍ଷେତ୍ରରେ ପାରିପାଶ୍ୱିର୍କ ପରିସ୍ଥିତି କେତେକାଂଶରେ ଭଲ ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କନ୍ୟା – ବୃହସ୍ପତି ସହ ଶନିଙ୍କ ସମ୍ପୃକ୍ତି କାରଣରୁ କେତେକ ଭୁଲ୍ ନିଷ୍ପତ୍ତି ସମସ୍ୟାକୁ ନିମନ୍ତ୍ରଣ କରିପାରେ । ଉତ୍ତରାଫାଲଗୁନୀ ବନ୍ଧୁଙ୍କ ସହ-ଯୋଗରେ ପାରିବାରିକ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସୁଖୀ ହେବେ ।
ତୁଳା – ସାଧାରଣ କଥାକୁ କେନ୍ଦ୍ର କରି ଭ୍ରାତୃ ସମ୍ପର୍କ ଭଲ ରହି ନ ପାରେ । ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଃଶ୍ଚିନ୍ତାର କାରଣ ହୋଇପାରେ । କଚେରି ମାମଲାରେ ଚିନ୍ତିତ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବିଛା – କେତୁଙ୍କ କାରଣରୁ ପରିସ୍ଥିତି ଖରାପ ଦିଗକୁ ଗତି କରୁଥିବାରୁ ମନ ଭଲ ରହି ନ ପାରେ । ଯାନବାହନ, ସଭାସମିତି , ଜମିଜମା, ସମ୍ପର୍କୀୟ ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ଧନୁ – କର୍ମକ୍ଷେତ୍ରରେ ବ୍ୟତିକ୍ରମ ଦେଖା ଦେବା କାରଣରୁ ସକାଳର ଖୁସି ଅପରାହ୍ନକୁ ରହିବ ନାହିଁ । ଅଟକି ରହିଥିବା ଆନୁଷ୍ଠାନିକ କାମ ପାଇଁ ଅନ୍ୟକୁ କୈଫତ୍ତ୍ ଦେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ଧାର୍ମିକ ହେବେ ।
ମକର – ପରିସ୍ଥିତି ପ୍ରତି ସଜାଗ ରହି କାମ ନ କଲେ ମାନସିକ ଦୁଶ୍ଚିନ୍ତାରେ ପଡିବେ । ଈର୍ଷାପର ଲୋକଙ୍କ ପାଖରୁ ଶୁଭ କାମନା ଆଶା କରିବା ବୃଥା ହେବ । ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
କୁମ୍ଭ – ବାରମ୍ବାର ବିଫଳ ହେବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ପାରିବାରିକ ସ୍ତରରେ ସାଧାରଣ କଥାକୁ କେନ୍ଦ୍ର କରି ମନରେ ବିରକ୍ତିଭାବ ସୃଷ୍ଟି ହେବ । ସାଧାରଣ କଥାକୁ କଳହ ଲାଗିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମୀନ – ଆଜି ଦିନରେ ବହୁତ ଚିନ୍ତା ପରେ କୌଣସି ପଦକ୍ଷେପ ନେବା ଠିକ୍ ହେବ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି । ପ୍ରଶାସନ ତଥା ସଭାସମିତିରେ ସଫଳତା ହାସଲ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।
from Prameya News7 https://ift.tt/3mcSqlw
No comments: