ଭୁବନେଶ୍ୱର: କୋଭିଡ୍ କଟକଣା ମଧ୍ୟରେ ମାର୍ଚ୍ଚ ୩୦ରୁ ଗଡ଼ିବ ପାସେଞ୍ଜର ଟ୍ରେନ୍। ଯାତ୍ରୀଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ୱର ଓ ପୁରୀ-ଅନୁଗୁଳ-ପୁରୀ ମଧ୍ୟରେ MEMU ଟ୍ରେନ୍ ଚଳାଚଳ କରିବ। ଏଥିସହ ପୁରୀ-ହାଟିଆ, ପୁରୀ-ସମ୍ବଲପୁର ଓ ପୁରୀ-ପାରାଦୀପ ମଧ୍ୟରେ ଗଡ଼ିବ ସ୍ୱତନ୍ତ୍ର ଟ୍ରେନ୍।
ଭୁବନେଶ୍ୱର-କେନ୍ଦୁଝରଗଡ଼ MEMU ଟ୍ରେନ୍ ମାର୍ଚ୍ଚ ୩୦ରୁ ଅପରାହ୍ଣ ୪ଟା ୩୫ରେ ଭୁବନେଶ୍ୱରରୁ ଛାଡ଼ି ରାତି ୯ଟା ୩୫ରେ କେନ୍ଦୁଝରଗଡ଼ରେ ପହଞ୍ଚିବ। କେନ୍ଦୁଝରଗଡ଼-ଭୁବନେଶ୍ୱର MEMU ଟ୍ରେନ୍ ସକାଳ ୬ଟା ୩୦ରେ କେନ୍ଦୁଝରଗଡ଼ରୁ ବାହାରି ଦିନ ୧୧ଟା ୫ରେ ଭୁବନେଶ୍ୱରରେ ପହଞ୍ଚିବ। ସେହିପରି ପୁରୀ-ଅନୁଗୁଳ MEMU ଏପ୍ରିଲ ୫ରୁ ଅପରାହ୍ଣ ୪ଟା ୪୫ରେ ପୁରୀରୁ ବାହାରି ରାତି ୯ଟା ୩୦ରେ ପହଞ୍ଚିବ। ଅନୁଗୁଳ-ପୁରୀ MEMU ସକାଳ ୫ଟା ୪୫ରେ ଅନୁଗୁଳରୁ ବାହାରି ସକାଳ ୧୦ଟା ୨୦ରେ ପୁରୀରେ ପହଞ୍ଚିବ।
ଅନ୍ୟପକ୍ଷରେ ପୁରୀ-ହାଟିଆ-ପୁରୀ ଟ୍ରେନ୍ ଏପ୍ରିଲ ୧ ରୁ ପୁରୀରୁ ରାତି ୮ଟା ୩୦ରେ ଛାଡ଼ି ପରଦିନ ସକାଳ ୧୦ଟା ୪୫ରେ ହାଟିଆରେ ପହଞ୍ଚିବ ଏବଂ ହାଟିଆ-ପୁରୀ ଟ୍ରେନ୍ ଏପ୍ରିଲ ୨ରୁ ଅପରାହ୍ଣ ୪ଟାରେ ହାଟିଆରୁ ବାହାରି ପରଦିନ ସକାଳ ୬ଟା ୧୦ରେ ପୁରୀରେ ପହଞ୍ଚିବ। ସମ୍ବଲପୁର-ପୁରୀ-ସମ୍ବଲପୁର ସ୍ୱତନ୍ତ୍ର ଟ୍ରେନ୍ ଏପ୍ରିଲ ୩ ରୁ ସକାଳ ୬ଟାରେ ସମ୍ବଲପୁରରୁ ବାହାରି ଅପରାହ୍ଣ ୧୨ଟା ୫୦ରେ ପୁରୀରେ ପହଞ୍ଚିବ ଏବଂ ଅପରାହ୍ଣ ୩ଟା ୪୫ରେ ପୁରୀରୁ ବାହାରି ରାତି ୧୦ଟା ୧୦ରେ ସମ୍ବଲପୁରରେ ପହଞ୍ଚିବ। ପୁରୀ-ପାରାଦୀପ-ପୁରୀ ସ୍ୱତନ୍ତ୍ର ଟ୍ରେନ୍ ଏପ୍ରିଲ ୭ରୁ ସକାଳ ୬ଟା ୧୫ରେ ପୁରୀରୁ ବାହାରି ସକାଳ ୧୦ଟା ୧୫ରେ ପାରାଦୀପରେ ପହଞ୍ଚିବ ଏବଂ ସନ୍ଧ୍ୟା ୬ଟାରେ ପାରାଦୀପରୁ ଛାଡ଼ି ରାତି ୧୦ଟା ୧୦ରେ ପୁରୀରେ ପହଞ୍ଚିବ।
The post ମାର୍ଚ୍ଚ ୩୦ରୁ ଗଡ଼ିବ ପାସେଞ୍ଜର ଟ୍ରେନ୍ appeared first on OTV Khabar..
from OTV Khabar. https://ift.tt/3cg9ljJ
No comments: