ଭୁବନେଶ୍ୱର ୦୧।୦୫: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦,୪୧୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ, ସୁନ୍ଦରଗଡ଼ରୁ ୨ ଜଣ, ରାୟଗଡ଼ା, ପୁରୀ, କୋରାପୁଟ, କଳାହାଣ୍ଡି ଓ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୫୪୬୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୭୦୮୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୮୫୪୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୦୫୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୦୧୩୪୧୧୮ସାମ୍ପୁଲ ଟେଷ୍ଟ୍ ହୋଇଛି ।
from Prameya News7 https://ift.tt/2QMaLu7
No comments: