ଭୁବନେଶ୍ୱର ୦୨।୦୫: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୯୧୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୩ ଜଣ ଏବଂ ଖୋର୍ଦ୍ଧାରୁ ୨ ଜଣ ସଂକ୍ରମିତ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭୧୫୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୮୩୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୯୭୫୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୨୨୭୩୨୧ସାମ୍ପୁଲ ଟେଷ୍ଟ୍ ହୋଇଛି ।
from Prameya News7 https://ift.tt/3gTXbQ3
ରାଜ୍ୟରେ କରୋନା ନେଲା ଆଉ ୫ଜଣଙ୍କ ଜୀବନ, ୨୦୭୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
Reviewed by SUBHENDU BARAL
on
May 02, 2021
Rating:
No comments: