୮ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୮୯୧୪ ପଜିଟିଭ୍

ଭୁବନେଶ୍ବର ୦୩।୦୫ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୯୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୧୫୩୬ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୮୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୮୩୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭୧୫୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୮୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୯୭୫୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୨୨୭୩୨୧ସାମ୍ପୁଲ ଟେଷ୍ଟ୍ ହୋଇଛି ।



from Prameya News7 https://ift.tt/2QRw4dZ
୮ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୮୯୧୪ ପଜିଟିଭ୍ ୮ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୮୯୧୪ ପଜିଟିଭ୍ Reviewed by SUBHENDU BARAL on May 02, 2021 Rating: 5

No comments:

Powered by Blogger.